ଘାଟିରେ ଓଲଟିଲା ବସ୍‌; ୧୫ ଆହତ, ୫ ଗୁରୁତର - ଖାଣ୍ଟି ଖବର

ସମସ୍ତଙ୍କର ନଜର

ମୁଖ୍ୟ ଖବର

Home Top Ad

Responsive Ads Here

Post Top Ad

Responsive Ads Here

Thursday, October 17, 2019

ଘାଟିରେ ଓଲଟିଲା ବସ୍‌; ୧୫ ଆହତ, ୫ ଗୁରୁତର

ମୋହନା(ମିହିର ଜତି): ଗଜପତି ଜିଲ୍ଲା ସେରଙ୍ଗ ଥାନା ଅନ୍ତର୍ଗତ ବଡ଼ବଦା ଗାଁ ନିକଟରେ ଥିବା ଘାଟିରେ ଏକ ବସ୍‌ ଭାରସାମ୍ୟ ହରାଇ ଓଲଟି ପଡ଼ିବାରୁ ୧୫ ରୁ ଅଧିକ ଯାତ୍ରୀ ଆହତ ହୋଇଛନ୍ତି। ସେମାନଙ୍କ ମଧ୍ୟରୁ ୫ ଜଣଙ୍କ ଅବସ୍ଥା ଗୁରୁତର ରହିଛି। ସେମାନଙ୍କୁ  ପାରଳାଖେମୁଣ୍ଡି  ଡାକ୍ତରଖାନାକୁ ସ୍ଥାନାନ୍ତର କରାଯାଇଛି।

ଆଜି ଭୋର୍‌ରେ ଏହି ଦୁର୍ଘଟଣା ଘଟିଛି।  ‘ଇସ୍ପାତ’ ନାମକ ଏକ ବସ୍‌ କଟକରୁ ପାରଳାଖେମୁଣ୍ଡି ଆସୁଥିବା ବେଳେ ବଡ଼ପଦା ଘାଟିରେ ଭାରସାମ୍ୟ ହରାଇ ରାସ୍ତାର ବାମପଟକୁ ଓଲଟି ପଡ଼ିଥିଲା।

ଖଜୁରୀପଦା ଫାଣ୍ଡି ପୁଲିସ୍‌ ଘଟଣାସ୍ଥଳରେ ପହଞ୍ଚି ଆହତମାନଙ୍କୁ ଉଦ୍ଧାର କରି ବଡ଼ପଦା ଡାକ୍ତରଖାନାରେ ଭର୍ତ୍ତି କରିଥିଲା। ଏହାସହ ପୁଲିସ୍‌ ଘଟଣାର ତଦନ୍ତ ଆରମ୍ଭ କରିଛି।



from Odisha Reporter https://ift.tt/2VQj0nf

No comments:

Post a Comment

ସ୍କୁଲ ଯାଇ ୨ ଛାତ୍ରୀ ନିଖୋଜ, ଉଦ୍ଧାର ପାଇଁ ଆକୁଳ ନିବେଦନ

ସ୍କୁଲ ଯାଇ ନିଖୋଜ ହୋଇଗଲେ ଦୁଇ ସ୍କୁଲ ଛାତ୍ରୀ।୨୪ ଘଣ୍ଟାରୁ ଊର୍ଦ୍ଧ୍ୱ ସମୟ ହେଲାଣି ସେମାନଙ୍କର ପତ୍ତା ମିଳୁ ନ ଥିବା ବେଳେ ଚାରିଆଡ଼େ ଖୋଜି ବୁଲିଛନ୍ତି ପରିବାର ଲୋକେ। ...

Post Bottom Ad

Responsive Ads Here

Pages