ସୋର(ଶଶିକାନ୍ତ ବେହେରା): ବାଲେଶ୍ୱର ଜିଲ୍ଲା ବାହାନଗା ବ୍ଲକ୍ ଖନ୍ତାପଡ଼ାରେ ଭୟାବହ ଅଗ୍ନିକାଣ୍ଡ ଘଟିଛି। ନିଆଁ ଲାଗି ଜୋତା ଦୋକାନଟି ସମ୍ପୂର୍ଣ୍ଣ ଜଳି ପାଉଁଶ ହୋଇଯାଇଛି। ଅଗ୍ନିଶମ ବାହିନୀ ଘଟଣାସ୍ଥଳରେ ପହଞ୍ଚି ନିଆଁକୁ ଆୟତ୍ତ କରିଥିଲେ। ତେବେ ଅଗ୍ନିକାଣ୍ଡର କାରଣ ଜଣାପଡ଼ି ନାହିଁ। ସଟ୍ ସର୍କିଟ୍ ଯୋଗୁ ଦୋକାନ ଘରେ ନିଆଁ ଲାଗି ଯାଇଥିବା ଜଣାପଡ଼ିଛି।
ନିଆଁରେ ପ୍ରାୟ ୩ ଲକ୍ଷରୁ ଊର୍ଦ୍ଧ୍ୱ ଟଙ୍କାର ଜୋତା ପୋଡ଼ି ପାଉଁଶ ହୋଇଯାଇଛି। ଗତକାଲି ବିଳମ୍ବିତ ରାତିରେ ଏହି ଅଗ୍ନିକାଣ୍ଡ ଘଟିଥିଲା।
from Odisha Reporter https://ift.tt/34bFl1h
No comments:
Post a Comment