ପୁରୀ(ମଧୁସୂଦନ ମିଶ୍ର): ପୁରୀ ଜିଲ୍ଲା ପ୍ରଶାସନ ପକ୍ଷରୁ ପୁଣି ଆରମ୍ଭ ହୋଇଛି ଉଚ୍ଛେଦ ପ୍ରକ୍ରିୟା । ମୋଚିସାହିରେ ଥିବା ମହୋଦଧି ମାର୍କେଟ୍ କମ୍ପ୍ଲେକ୍ସକୁ ପୂର୍ବରୁ ଜିଲ୍ଲା ପ୍ରଶାସନ ବିପଦସଙ୍କୁଳ ଘୋଷଣା କରିଥିବା ବେଳେ ଆଜି ଉଚ୍ଛେଦ କାର୍ଯ୍ୟ ଆରମ୍ଭ ହୋଇଛି। ମହୋଦଧି ମାର୍କେଟ କମ୍ପ୍ଲେକ୍ସରେ ୫୮ଟି ଦୋକାନ ରହିଛି । ଏଥିସହ କୋଅପରେଟିବ୍ ସଂସ୍ଥାର ଶାଖା ବି ରହିଛି। ଶାନ୍ତିଶୃଙ୍ଖଳା ରକ୍ଷା ଲାଗି ଏଠାରେ ୧ ପ୍ଲାଟୁନ୍ ଫୋର୍ସ ମୁତୟନ ହୋଇଛନ୍ତି ।
ଉଚ୍ଛେଦ ପରେ ଏଠାରେ ବହୁତଳ ବିଶିଷ୍ଟ ମାର୍କେଟ୍ କମ୍ପ୍ଲେକ୍ସ ନିର୍ମାଣ କରାଯିବାର ଯୋଜନା ରହିଥିବା ଜିଲ୍ଲା ପ୍ରଶାସନ ପକ୍ଷରୁ ଜଣାପଡ଼ିଛି।
from Odisha Reporter https://ift.tt/2PnoVPv
No comments:
Post a Comment