ପିଟି ଦେଲା ଆଳୁ ବୋଝେଇ ଟ୍ରକ୍‌ - ଖାଣ୍ଟି ଖବର

ସମସ୍ତଙ୍କର ନଜର

ମୁଖ୍ୟ ଖବର

Home Top Ad

Responsive Ads Here

Post Top Ad

Responsive Ads Here

Saturday, October 12, 2019

ପିଟି ଦେଲା ଆଳୁ ବୋଝେଇ ଟ୍ରକ୍‌

ଭଦ୍ରକ (ପାର୍ଥ ସାରଥୀ ନାୟକ): ଭଦ୍ରକ ଜିଲ୍ଲା ଭଣ୍ଡାରିପୋଖରୀ ଦମକଳ କେନ୍ଦ୍ର ନିକଟରେ ୧୬ ନମ୍ବର ଜାତୀୟ ରାଜପଥରେ ଏକ କାର୍‌କୁ ଆଳୁ ବୋଝେଇ ଟ୍ରକ୍‌ ଧକ୍କା ଦେବାରୁ ୫ ଜଣ ଆହତ ହୋଇଛନ୍ତି। ସେମାନଙ୍କ ମଧ୍ୟରୁ ଜଣେ କାର୍ ଡ୍ରାଇଭର୍ ହୋଇଥିବା ବେଳେ ଅନ୍ୟମାନେ ଗୋଟିଏ ପରିବାରର ବୋଲି ଜଣାପଡ଼ିଛି। ସମସ୍ତଙ୍କୁ ଭଦ୍ରକ ଜିଲ୍ଲା ମୁଖ୍ୟ ଚିକିତ୍ସାଳୟରେ ଭର୍ତ୍ତି କରାଯାଇଛି।

ଆହତମାନେ ପଶ୍ଚିମବଙ୍ଗର ବାସିନ୍ଦା। ସେମାନେ ପୁରୀକୁ ଜଗନ୍ନାଥ ଦର୍ଶନ ପାଇଁ ଯାଇଥିଲେ। ସେଠାରୁ ଫେରୁଥିବା ବେଳେ ଆଜି ଭୋର୍‌ ପ୍ରାୟ ୪ଟାରେ ଏହି ଦୁର୍ଘଟଣା ଘଟିଥିଲା। ଦମକଳ ବାହିନୀ ସେମାନଙ୍କୁ ଉଦ୍ଧାର କରି ଡାକ୍ତରଖାନା ପଠାଇଥିଲା।

ଏହି ଦୁର୍ଘଟଣା ପରେ ୧୬ନଂ ଜାତୀୟ ରାଜପଥରେ ତିନି ଘଣ୍ଟା ଧରି ଶହ ଶହ ଗାଡ଼ି ଅଟକି ରହିଥିଲା। ଭଣ୍ଡାରିପୋଖରୀ ପୁଲିସ୍ ଦୁର୍ଘଟଣା ଘଟାଇଥିବା ଟ୍ରକ୍‌କୁ ଜବତ କରି ଘଟଣାର ତଦନ୍ତ କରୁଛି।



from Odisha Reporter https://ift.tt/2MzsNde

No comments:

Post a Comment

ସ୍କୁଲ ଯାଇ ୨ ଛାତ୍ରୀ ନିଖୋଜ, ଉଦ୍ଧାର ପାଇଁ ଆକୁଳ ନିବେଦନ

ସ୍କୁଲ ଯାଇ ନିଖୋଜ ହୋଇଗଲେ ଦୁଇ ସ୍କୁଲ ଛାତ୍ରୀ।୨୪ ଘଣ୍ଟାରୁ ଊର୍ଦ୍ଧ୍ୱ ସମୟ ହେଲାଣି ସେମାନଙ୍କର ପତ୍ତା ମିଳୁ ନ ଥିବା ବେଳେ ଚାରିଆଡ଼େ ଖୋଜି ବୁଲିଛନ୍ତି ପରିବାର ଲୋକେ। ...

Post Bottom Ad

Responsive Ads Here

Pages