ଆଜି ୧୦ଟି ଜିଲ୍ଲାର ସ୍କୁଲ ଓ ଅଙ୍ଗନବାଡ଼ି କେନ୍ଦ୍ର ଛୁଟି - ଖାଣ୍ଟି ଖବର

ସମସ୍ତଙ୍କର ନଜର

ମୁଖ୍ୟ ଖବର

Home Top Ad

Responsive Ads Here

Post Top Ad

Responsive Ads Here

Thursday, October 24, 2019

ଆଜି ୧୦ଟି ଜିଲ୍ଲାର ସ୍କୁଲ ଓ ଅଙ୍ଗନବାଡ଼ି କେନ୍ଦ୍ର ଛୁଟି

ଭୁବନେଶ୍ୱର(ଓଡ଼ିଶା ରିପୋର୍ଟର):  ଲଘୁଚାପ ପ୍ରଭାବରେ ଗତ ଦୁଇ ଦିନ ହେବ ରାଜ୍ୟରେ ଲଗାଣ ବର୍ଷା ଜାରି ରହିଛି। ଏଥିପାଇଁ  ୧୦ଟି  ଜିଲ୍ଲାର ସ୍କୁଲ ଓ ଅଙ୍ଗନବାଡ଼ି କେନ୍ଦ୍ରକୁ ଛୁଟି ଘୋଷଣା କରାଯାଇଛି।  ଏହି ଜିଲ୍ଲା ଗୁଡ଼ିକ ହେଉଛି- ଗଞ୍ଜାମ, ପୁରୀ, ଖୋର୍ଦ୍ଧା, ଯାଜପୁର, କେନ୍ଦୁଝର, ଭଦ୍ରକ, ବାଲେଶ୍ୱର, ଢେଙ୍କାନାଳ, କେନ୍ଦ୍ରାପଡ଼ା ଓ ଜଗତସିଂହପୁର। ଏହିସବୁ ଜିଲ୍ଲାର ଜିଲ୍ଲାପାଳମାନେ ଛୁଟି ଘୋଷଣା କରିଛନ୍ତି।

ସୂଚନାଯୋଗ୍ୟ, ଗତକାଲି ମଧ୍ୟ ଲଗାଣ ବର୍ଷାକୁ ଦୃଷ୍ଟିରେ ରଖି ଗଞ୍ଜାମ,  ଗଜପତି, ଭଦ୍ରକ, ଢେଙ୍କାନାଳ, କଟକ,  କେନ୍ଦ୍ରାପଡ଼ା, ପୁରୀ ଓ ଯାଜପୁର ଜିଲ୍ଲାର ସବୁ ସ୍କୁଲ ଓ ଅଙ୍ଗନବାଡ଼ି କେନ୍ଦ୍ରକୁ ଛୁଟି ଘୋଷଣା କରାଯାଇଥିଲା।



from Odisha Reporter https://ift.tt/2BIPqqA

No comments:

Post a Comment

ସ୍କୁଲ ଯାଇ ୨ ଛାତ୍ରୀ ନିଖୋଜ, ଉଦ୍ଧାର ପାଇଁ ଆକୁଳ ନିବେଦନ

ସ୍କୁଲ ଯାଇ ନିଖୋଜ ହୋଇଗଲେ ଦୁଇ ସ୍କୁଲ ଛାତ୍ରୀ।୨୪ ଘଣ୍ଟାରୁ ଊର୍ଦ୍ଧ୍ୱ ସମୟ ହେଲାଣି ସେମାନଙ୍କର ପତ୍ତା ମିଳୁ ନ ଥିବା ବେଳେ ଚାରିଆଡ଼େ ଖୋଜି ବୁଲିଛନ୍ତି ପରିବାର ଲୋକେ। ...

Post Bottom Ad

Responsive Ads Here

Pages