୬ଟି ଜିଲ୍ଲାର ସ୍କୁଲ ଓ ଅଙ୍ଗନବାଡ଼ି କେନ୍ଦ୍ର ଛୁଟି - ଖାଣ୍ଟି ଖବର

ସମସ୍ତଙ୍କର ନଜର

ମୁଖ୍ୟ ଖବର

Home Top Ad

Responsive Ads Here

Post Top Ad

Responsive Ads Here

Wednesday, October 23, 2019

୬ଟି ଜିଲ୍ଲାର ସ୍କୁଲ ଓ ଅଙ୍ଗନବାଡ଼ି କେନ୍ଦ୍ର ଛୁଟି

ଭୁବନେଶ୍ୱର(ଓଡ଼ିଶା ରିପୋର୍ଟର): ଗତକାଲି ଠାରୁ ରାଜ୍ୟର ବହୁ ଜିଲ୍ଲାରେ ବର୍ଷା ଜାରି ରହିଛି। ତେଣୁ ଲଗାଣ ବର୍ଷାକୁ ଦୃଷ୍ଟିରେ ରଖି ୬ଟି ଜିଲ୍ଲାର ସବୁ ସ୍କୁଲ ଓ ଅଙ୍ଗନବାଡ଼ି କେନ୍ଦ୍ରକୁ  ଛୁଟି ଘୋଷଣା କରାଯାଇଛି। ଏହି ଜିଲ୍ଲାଗୁଡ଼ିକ ହେଉଛି-ଗଞ୍ଜାମ,  ଗଜପତି, ଭଦ୍ରକ, ଢେଙ୍କାନାଳ, କଟକ ଓ କେନ୍ଦ୍ରାପଡ଼ା।  ଏହି ଜିଲ୍ଲାର ସବୁ ସ୍କୁଲ ଓ ଅଙ୍ଗନବାଡ଼ି କେନ୍ଦ୍ରକୁ ଜିଲ୍ଲାପାଳମାନେ ଛୁଟି ଘୋଷ଼ଣା କରିଛନ୍ତି।

ବଙ୍ଗୋପସାଗରରେ ସୃଷ୍ଟ ଘୂର୍ଣ୍ଣିବଳୟ ୱେଲମାର୍କ ଲୋ ପ୍ରେସରରେ ପରିଣତ ହେବା ପରେ ରାଜ୍ୟରେ ବର୍ଷା ଲାଗି ରହିଛି। ଆସନ୍ତାକାଲି ପର୍ଯ୍ୟନ୍ତ ରାଜ୍ୟରେ ଏଭଳି ବର୍ଷା ଲାଗି ରହିବ ବୋଲି ଭୁବନେଶ୍ୱରସ୍ଥିତ ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ସୂଚନା ଦିଆଯାଇଛି।



from Odisha Reporter https://ift.tt/2BEgGGD

No comments:

Post a Comment

ସ୍କୁଲ ଯାଇ ୨ ଛାତ୍ରୀ ନିଖୋଜ, ଉଦ୍ଧାର ପାଇଁ ଆକୁଳ ନିବେଦନ

ସ୍କୁଲ ଯାଇ ନିଖୋଜ ହୋଇଗଲେ ଦୁଇ ସ୍କୁଲ ଛାତ୍ରୀ।୨୪ ଘଣ୍ଟାରୁ ଊର୍ଦ୍ଧ୍ୱ ସମୟ ହେଲାଣି ସେମାନଙ୍କର ପତ୍ତା ମିଳୁ ନ ଥିବା ବେଳେ ଚାରିଆଡ଼େ ଖୋଜି ବୁଲିଛନ୍ତି ପରିବାର ଲୋକେ। ...

Post Bottom Ad

Responsive Ads Here

Pages