ବାଣ ଫୁଟାକୁ କେନ୍ଦ୍ର କରି ଯୁବକଙ୍କୁ ନିର୍ମମ ହତ୍ୟା - ଖାଣ୍ଟି ଖବର

ସମସ୍ତଙ୍କର ନଜର

ମୁଖ୍ୟ ଖବର

Home Top Ad

Responsive Ads Here

Post Top Ad

Responsive Ads Here

Sunday, October 27, 2019

ବାଣ ଫୁଟାକୁ କେନ୍ଦ୍ର କରି ଯୁବକଙ୍କୁ ନିର୍ମମ ହତ୍ୟା

ଭୁବନେଶ୍ୱର (ଓଡ଼ିଶା ରିପୋର୍ଟର): ରାଜଧାନୀ ଭୁବନେଶ୍ୱରର ଏୟାରଫିଲ୍‌ଡ ଥାନା ଅନ୍ତର୍ଗତ ସୁନ୍ଦରପଦା ଅଞ୍ଚଳରେ ବାଣ ଫୁଟାକୁ କେନ୍ଦ୍ର କରି ଦୁଇ ଗୋଷ୍ଠୀ ମଧ୍ୟରେ ଗଣ୍ଡଗୋଳର କରୁଣ ପରିଣତି ଦେଖିବାକୁ ମିଳିଛି। ଗୋଟିଏ ଗୋଷ୍ଠୀର ସଂଘବଦ୍ଧ ଆକ୍ରମଣରେ ଜଣେ ଯୁବକଙ୍କ ମୃତ୍ୟୁ ଘଟିଛି। ତାଙ୍କ ନାଁ ଅମରେଶ ନାୟକ।

ସୂଚନା ଅନୁଯାୟୀ, ପୂର୍ବରୁ ଦୁଇ ଗୋଷ୍ଠୀ ମଧ୍ୟରେ ପୂର୍ବ ଶତ୍ରୁତା ଥିଲା। ଗତକାଲି ସନ୍ଧ୍ୟାରେ ଭୋଜି ଓ ବାଣ ଫୁଟାଇବାକୁ ନେଇ ଦୁଇ ଗୋଷ୍ଠୀ ମଧ୍ୟରେ ବଚସା ହୋଇଥିଲା। ତେବେ ଘଟଣାର ସମାଧାନ ହୋଇଥିଲା। କିନ୍ତୁ ବିଳମ୍ୱିତ ରାତିରେ ଗୋଟିଏ ଗୋଷ୍ଠୀ ଉପରେ ଅନ୍ୟ ଗୋଷ୍ଠୀର ୩୦ରୁ ଅଧିକ ଯୁବକ ଏକତ୍ରିତ ହୋଇ ମାରଣାସ୍ତ୍ରରେ ସଂଘବଦ୍ଧ ଆକ୍ରମଣ କରିଥିଲେ। ଏଥିରେ ଅମରେଶଙ୍କ ମୃତ୍ୟୁ ହୋଇଥିଲା। ଆକ୍ରମଣ କରିଥିବା ଗୋଷ୍ଠୀର ୨୫ରୁ ଅଧିକ ଯୁବକଙ୍କ ନାଁରେ ଥାନାରେ ଏତଲା ଦିଆଯାଇଛି। ପୁଲିସ୍‌ ଘଟଣାର ତଦନ୍ତ କରୁଛି।



from Odisha Reporter https://ift.tt/2NiTlzK

No comments:

Post a Comment

ସ୍କୁଲ ଯାଇ ୨ ଛାତ୍ରୀ ନିଖୋଜ, ଉଦ୍ଧାର ପାଇଁ ଆକୁଳ ନିବେଦନ

ସ୍କୁଲ ଯାଇ ନିଖୋଜ ହୋଇଗଲେ ଦୁଇ ସ୍କୁଲ ଛାତ୍ରୀ।୨୪ ଘଣ୍ଟାରୁ ଊର୍ଦ୍ଧ୍ୱ ସମୟ ହେଲାଣି ସେମାନଙ୍କର ପତ୍ତା ମିଳୁ ନ ଥିବା ବେଳେ ଚାରିଆଡ଼େ ଖୋଜି ବୁଲିଛନ୍ତି ପରିବାର ଲୋକେ। ...

Post Bottom Ad

Responsive Ads Here

Pages