ଚଳନ୍ତା ଟ୍ରକ୍‌କୁ ପଛରୁ ପିଟିଲା ବସ୍‌ - ଖାଣ୍ଟି ଖବର

ସମସ୍ତଙ୍କର ନଜର

ମୁଖ୍ୟ ଖବର

Home Top Ad

Responsive Ads Here

Post Top Ad

Responsive Ads Here

Thursday, October 3, 2019

ଚଳନ୍ତା ଟ୍ରକ୍‌କୁ ପଛରୁ ପିଟିଲା ବସ୍‌

କେନ୍ଦୁଝର (ପ୍ରଣୟ ପାଣି): କେନ୍ଦୁଝର ଜିଲ୍ଲା ଟାଉନ୍ ଥାନା ଅନ୍ତର୍ଗତ ନେଙ୍କଡ଼ାଘର ନିକଟରେ ଗତକାଲି ବିଳମ୍ବିତ ରାତିରେ ଏକ ଦୁର୍ଘଟଣା ଘଟିଛି। ଏକ ଚଳନ୍ତା ଟ୍ରକ୍‌କୁ ଏକ ଯାତ୍ରୀବାହୀ ବସ୍ ପଛରୁ ପିଟି ଦେବାରୁ ୮ ଜଣ ଗୁରୁତର ଆହତ ହୋଇଛନ୍ତି। ଆହତଙ୍କ ମଧ୍ୟରେ ବସ୍ ଡ୍ରାଇଭର୍ ଓ ହେଲ୍‌ପର୍ ବି ଅଛନ୍ତି। ସେମାନଙ୍କ ଅବସ୍ଥା ସଙ୍କଟାପନ୍ନ ଥିବା ଜଣାପଡ଼ିଛି।

‘ଶ୍ରୀରାମ’ ନାମକ ଏହି ଘରୋଇ ବସ୍‌ଟି ବଡ଼ବିଲ୍‌ରୁ ଭୁବନେଶ୍ୱର ଯାଉଥିବା ବେଳେ ଏ ଦୁର୍ଘଟଣା ଘଟିଥିଲା। ବସ୍‌ଟି ଟ୍ରକ୍‌କୁ ପଛରୁ ଧକ୍କା ଦେବା ପରେ ଏହାର ସମ୍ମୁଖ ଭାଗ ଟ୍ରକ୍ ଡାଲାରେ ପଶି ଯାଇଥିଲା। ଫଳରେ ଟ୍ରକ୍‌ଟି ବସ୍‌ଟିକୁ କିଛି ବାଟ ଘୋଷାରି ନେଇଥିଲା। ଫଳରେ ବସ୍‌ର ଡ୍ରାଇଭର ଓ ହେଲ୍‌ପର ଅଧିକ ଆଘାତ ପାଇଛନ୍ତି। ଖବର ପାଇ ଟାଉନ ଥାନା ପୁଲିସ୍‌ ଓ ଅଗ୍ନିଶମ କର୍ମଚାରୀ ଘଟଣାସ୍ଥଳରେ ପହଞ୍ଚି ସମସ୍ତ ଯାତ୍ରୀଙ୍କୁ ଉଦ୍ଧାର କରିଥିଲେ ଓ ଆହତମାନଙ୍କୁ ଡାକ୍ତରଖାନା ପଠାଇଥିଲେ। ସମସ୍ତ ଆହତ ଯାତ୍ରୀଙ୍କୁ କେନ୍ଦୁଝର ଜିଲ୍ଲା ମୁଖ୍ୟ ଚିକିତ୍ସାଳୟରେ ଭର୍ତ୍ତି କରାଯାଇଛି।



from Odisha Reporter https://ift.tt/30MRTtY

No comments:

Post a Comment

ସ୍କୁଲ ଯାଇ ୨ ଛାତ୍ରୀ ନିଖୋଜ, ଉଦ୍ଧାର ପାଇଁ ଆକୁଳ ନିବେଦନ

ସ୍କୁଲ ଯାଇ ନିଖୋଜ ହୋଇଗଲେ ଦୁଇ ସ୍କୁଲ ଛାତ୍ରୀ।୨୪ ଘଣ୍ଟାରୁ ଊର୍ଦ୍ଧ୍ୱ ସମୟ ହେଲାଣି ସେମାନଙ୍କର ପତ୍ତା ମିଳୁ ନ ଥିବା ବେଳେ ଚାରିଆଡ଼େ ଖୋଜି ବୁଲିଛନ୍ତି ପରିବାର ଲୋକେ। ...

Post Bottom Ad

Responsive Ads Here

Pages