ଟ୍ରକ୍ ଛିଡ଼ା ହୋଇଥିଲା, ପଛରୁ ପିଟିଲା ବସ୍‌ - ଖାଣ୍ଟି ଖବର

ସମସ୍ତଙ୍କର ନଜର

ମୁଖ୍ୟ ଖବର

Home Top Ad

Responsive Ads Here

Post Top Ad

Responsive Ads Here

Thursday, October 3, 2019

ଟ୍ରକ୍ ଛିଡ଼ା ହୋଇଥିଲା, ପଛରୁ ପିଟିଲା ବସ୍‌

ସୋର (ଶଶିକାନ୍ତ ବେହେରା): ବାଲେଶ୍ୱର ଜିଲ୍ଲା ଖନ୍ତାପଡ଼ା ବେଗୁନିଆ ଛକ ନିକଟରେ ଏକ ବସ୍‌ ଏକ ଟ୍ରକ୍‌କୁ ପଛରୁ ଧକ୍କା ଦେବାରୁ ୫ ଜଣ ଯାତ୍ରୀ ଆହତ ହୋଇଛନ୍ତି। ସେମାନଙ୍କୁ ସୋର ଓ ବାଲେଶ୍ୱର ଡାକ୍ତରଖାନାରେ ଭର୍ତ୍ତି କରାଯାଇଛି।

ଗତକାଲି ବିଳମ୍ବିତ ରାତିରେ ‘ପ୍ରଧାନ’ ନାମକ ଏହି ବସ୍‌ଟି ଭୁବନେଶ୍ୱରରୁ କୋଲକତା ଯାଉଥିଲା। ବସ୍‌ରେ ପ୍ରାୟ ୫୦ ଯାତ୍ରୀ ଥିଲେ। ଏହି ସମୟରେ ବେଗୁନିଆ ଛକ ନିକଟରେ ଛିଡ଼ା ହୋଇଥିବା ଏକ ଟ୍ରକ୍‌କୁ ଏହା ପଛରୁ ଧକ୍କା ଦେଇଥିଲା। ଦୁର୍ଘଟଣା ପରେ ବସ୍‌ ଡ୍ରାଇଭର୍‌ ଓ ହେଲପର୍‌ ଫେରାର ହୋଇ ଯାଇଥିଲେ। ଟ୍ରକ୍‌ଟି ମଧ୍ୟ ସେଠାରୁ ପଳାଇଥିଲା।

ପୁଲିସ୍‌ ଘଟଣାସ୍ଥଳରେ ପହଞ୍ଚି ଆହତମାନଙ୍କୁ ଉଦ୍ଧାର କରି ଡାକ୍ତରଖାନାକୁ ପଠାଇଥିଲା। ତା’ସହିତ ଅନ୍ୟ ଯାତ୍ରୀମାନଙ୍କୁ ବସ୍‌ ଓ ଅଟୋ ସାହାଯ୍ୟରେ ବାଲେଶ୍ୱର ପଠାଇଥିଲା।



from Odisha Reporter https://ift.tt/2IkvFZS

No comments:

Post a Comment

ସ୍କୁଲ ଯାଇ ୨ ଛାତ୍ରୀ ନିଖୋଜ, ଉଦ୍ଧାର ପାଇଁ ଆକୁଳ ନିବେଦନ

ସ୍କୁଲ ଯାଇ ନିଖୋଜ ହୋଇଗଲେ ଦୁଇ ସ୍କୁଲ ଛାତ୍ରୀ।୨୪ ଘଣ୍ଟାରୁ ଊର୍ଦ୍ଧ୍ୱ ସମୟ ହେଲାଣି ସେମାନଙ୍କର ପତ୍ତା ମିଳୁ ନ ଥିବା ବେଳେ ଚାରିଆଡ଼େ ଖୋଜି ବୁଲିଛନ୍ତି ପରିବାର ଲୋକେ। ...

Post Bottom Ad

Responsive Ads Here

Pages