ପିଇଓ ସ୍ମିତାରାଣୀ ମୃତ୍ୟୁ ଘଟଣା; ଜୋର ଧରୁଛି ରାଜନୀତି - ଖାଣ୍ଟି ଖବର

ସମସ୍ତଙ୍କର ନଜର

ମୁଖ୍ୟ ଖବର

Home Top Ad

Responsive Ads Here

Post Top Ad

Responsive Ads Here

Friday, October 18, 2019

ପିଇଓ ସ୍ମିତାରାଣୀ ମୃତ୍ୟୁ ଘଟଣା; ଜୋର ଧରୁଛି ରାଜନୀତି

ଯାଜପୁର (ଗୁଲାମ ଗସ୍‌): ଯାଜପୁର ଜିଲ୍ଲା ହରିଦାସପୁର ପଞ୍ଚାୟତର ପିଇଓ ସ୍ମିତାରାଣୀ ବିଶ୍ୱାଳଙ୍କ ସନ୍ଦେହଜନକ ମୃତ୍ୟୁ  ଘଟଣାର ୪ ଦିନ ପରେ ବି ଘଟଣା ଉପରୁ ହଟିନି ପରଦା । ପୁଲିସ୍‌  ସରପଞ୍ଚଙ୍କ  ସ୍ୱାମୀ ରୂପେଶ ଭଦ୍ରଙ୍କ ସମେତ ୫ଜଣଙ୍କୁ ଅଟକ ରଖି ପଚରାଉଚରା କରୁଛି । ତେବେ ସ୍ମିତାରାଣୀଙ୍କ ଏଭଳି ମୃତ୍ୟୁକୁ ବିଶ୍ୱାସ କରିପାରୁନାହାନ୍ତି ତାଙ୍କ ସହକର୍ମୀ । ଏହି ଘଟଣାର ନିରପେକ୍ଷ ତଦନ୍ତ ଦାବି କରି ସେମାନେ ଜିଲ୍ଲାପାଳଙ୍କୁ ସ୍ମାରକପତ୍ର ଦେଇଛନ୍ତି । ପିଇଓଙ୍କ ସନ୍ଦେହଜନକ ମୃତ୍ୟୁକୁ ନେଇ ରାଜନୀତି ମଧ୍ୟ ଜୋର ଧରିଛି ।

ଅନ୍ୟପଟେ ଝିଅକୁ ହତ୍ୟା କରାଯାଇଛି ବୋଲି ସିଧା ଅଭିଯୋଗ କରିଛନ୍ତି ତାଙ୍କ ବାପା । ରାଜ୍ୟ ବିଜେପି ଓ କଂଗ୍ରେସର ଏକ ତଥ୍ୟ ସଂଗ୍ରହକାରୀ ଦଳ ଗତକାଲି ସ୍ମିତାଙ୍କ ପରିବାରକୁ ଭେଟି ସମବେଦନା ଜଣାଇଛନ୍ତି ।  ବିଜେପି ନେତା ପ୍ରକାଶ ମିଶ୍ର ଏହାକୁ ଏକ ସୁଚିନ୍ତିତ ହତ୍ୟାକାଣ୍ଡ ବୋଲି କହିବା ସହ ଉଚ୍ଚସ୍ତରୀୟ ତଦନ୍ତ ଦାବି କରିଛନ୍ତି । ତୁରନ୍ତ ଅଭିଯୁକ୍ତଙ୍କୁ ଗିରଫ କରାନଗଲେ ଦଳ ଆନ୍ଦୋଳନ କରିବ ବୋଲି ବିଜେପି କହିଛି  । ଅନ୍ୟପଟେ କଂଗ୍ରେସ ଏହି ଘଟଣାର ସିବିଆଇ ତଦନ୍ତ ଦାବି କରିଛି  ।



from Odisha Reporter https://ift.tt/2BrGg1y

No comments:

Post a Comment

ସ୍କୁଲ ଯାଇ ୨ ଛାତ୍ରୀ ନିଖୋଜ, ଉଦ୍ଧାର ପାଇଁ ଆକୁଳ ନିବେଦନ

ସ୍କୁଲ ଯାଇ ନିଖୋଜ ହୋଇଗଲେ ଦୁଇ ସ୍କୁଲ ଛାତ୍ରୀ।୨୪ ଘଣ୍ଟାରୁ ଊର୍ଦ୍ଧ୍ୱ ସମୟ ହେଲାଣି ସେମାନଙ୍କର ପତ୍ତା ମିଳୁ ନ ଥିବା ବେଳେ ଚାରିଆଡ଼େ ଖୋଜି ବୁଲିଛନ୍ତି ପରିବାର ଲୋକେ। ...

Post Bottom Ad

Responsive Ads Here

Pages