ଅଜଣା ଗାଡ଼ି ଧକ୍କାରେ ଜଣେ ମୃତ; ଜଣେ ଗୁରୁତର - ଖାଣ୍ଟି ଖବର

ସମସ୍ତଙ୍କର ନଜର

ମୁଖ୍ୟ ଖବର

Home Top Ad

Responsive Ads Here

Post Top Ad

Responsive Ads Here

Thursday, October 17, 2019

ଅଜଣା ଗାଡ଼ି ଧକ୍କାରେ ଜଣେ ମୃତ; ଜଣେ ଗୁରୁତର

ସୋର(ଶଶିକାନ୍ତ ବେହେରା): ବାଲେଶ୍ୱର ଜିଲ୍ଲା ଖନ୍ତାପଡ଼ା ଥାନା ଅନ୍ତର୍ଗତ ଗଉଡୁଣୀ ପୋଖରୀ ନିକଟରେ ଏକ ଅଜଣା ଗାଡ଼ି ଧକ୍କାରେ ଜଣେ ବାଇକ୍‌ ଆରୋହୀଙ୍କ ମୃତ୍ୟୁ ଘଟିଛି। ଏହି ଦୁର୍ଘଟଣାରେ ଅନ୍ୟ ଜଣେ ଗୁରୁତର ଆହତ ହୋଇଛନ୍ତି। ମୃତକଙ୍କ ନାଁ ସନ୍ତୋଷ କୁମାର ରାଉତ।  ତାଙ୍କ ଘର ବାଲେଶ୍ୱରସ୍ଥିତ ସୁନସାହୁପଡ଼ା ଅଞ୍ଚଳରେ।

ଗତକାଲି ରାତି ପ୍ରାୟ ଗୋଟାଏ ବେଳେ ଏହି ଦୁର୍ଘଟଣା ହୋଇଛି। ସନ୍ତୋଷ ତାଙ୍କ ବାଇକ୍‌ରେ ସାଙ୍ଗକୁ ବସାଇ ବାଲେଶ୍ୱର ଯାଉଥିଲେ। ଏହି ସମୟରେ  ଗଉଡୁଣୀ  ପୋଖରୀ ନିକଟରେ ପଛପଟୁ ଏକ ଗାଡ଼ି ତାଙ୍କ ବାଇକ୍‌କୁ ଧକ୍କା ଦେଇଥିଲା। ଘଟଣାସ୍ଥଳରେ ହିଁ ସନ୍ତୋଷଙ୍କ ମୃତ୍ୟୁ ଘଟିଥିଲା। ଆହତ ଯୁବକଙ୍କୁ ଶେରଗଡ଼ ଟୁଲ୍‌ଗେଟ୍ କର୍ମଚାରୀ ଉଦ୍ଧାର କରି ବାଲେଶ୍ୱର ଡାକ୍ତରଖାନାରେ ଭର୍ତ୍ତି କରିଥିଲେ। ଖବର ପାଇ ପୁଲିସ୍ ଘଟଣାସ୍ଥଳରେ ପହଞ୍ଚି ଦୁର୍ଘଟଣାଗ୍ରସ୍ତ ବାଇକ୍‌କୁ ଜବତ କରିଛି। ଦୁର୍ଘଟଣା ଘଟାଇଥିବା ଗାଡ଼ିଟି ଫେରାର ହୋଇଯାଇଛି। ପୁଲିସ୍‌ ଘଟଣାର ତଦନ୍ତ ଆରମ୍ଭ କରିଛି।



from Odisha Reporter https://ift.tt/2nVIovj

No comments:

Post a Comment

ସ୍କୁଲ ଯାଇ ୨ ଛାତ୍ରୀ ନିଖୋଜ, ଉଦ୍ଧାର ପାଇଁ ଆକୁଳ ନିବେଦନ

ସ୍କୁଲ ଯାଇ ନିଖୋଜ ହୋଇଗଲେ ଦୁଇ ସ୍କୁଲ ଛାତ୍ରୀ।୨୪ ଘଣ୍ଟାରୁ ଊର୍ଦ୍ଧ୍ୱ ସମୟ ହେଲାଣି ସେମାନଙ୍କର ପତ୍ତା ମିଳୁ ନ ଥିବା ବେଳେ ଚାରିଆଡ଼େ ଖୋଜି ବୁଲିଛନ୍ତି ପରିବାର ଲୋକେ। ...

Post Bottom Ad

Responsive Ads Here

Pages