ଭୁବନେଶ୍ୱର(ଓଡ଼ିଶା ରିପୋର୍ଟର): ଭୁବନେଶ୍ୱରସ୍ଥିତ ସିଟି ସ୍କୁଲର ଜଣେ ସହକାରୀ ଶିକ୍ଷୟିତ୍ରୀଙ୍କ ଘରେ ଆଜି ଭିଜିଲାନ୍ସ ରେଡ୍ ହୋଇଛି। ଶିକ୍ଷୟିତ୍ରୀଜଣକ ୟୁନିଟ-୬ସ୍ଥିତ ସିଟି ସ୍କୁଲର ଶିକ୍ଷୟିତ୍ରୀ ତିଳୋତ୍ତମା ମହାନ୍ତି ବୋଲି ଜଣାଯାଇଛି।
ଆୟ ବହିର୍ଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ଏକକାଳୀନ ୩ଟି ସ୍ଥାନରେ ରେଡ୍ ହୋଇଛି। ଚଢ଼ଉ ବେଳେ ୯ଟି ପ୍ଲଟ, ୨ଟି ଘର, ବ୍ୟାଙ୍କ ବାଲାନ୍ସ ସହ କୋଟିଏରୁ ଊର୍ଦ୍ଧ୍ୱ ଟଙ୍କାର ସମ୍ପତ୍ତି ଠାବ ହୋଇଛି । ଏତେ ଟଙ୍କାର ସମ୍ପତ୍ତି ଶିକ୍ଷୟିତ୍ରୀ କିପରି ଠୁଳ କଲେ, ତାହାକୁ ନେଇ ନାନା ଚର୍ଚ୍ଚା ଆରମ୍ଭ ହୋଇଛି।
from Odisha Reporter https://ift.tt/2puCDVG
No comments:
Post a Comment