ଗ୍ୟାସ୍ ସିଲିଣ୍ଡ ଫାଟି ଭୁଶୁଡି ପଡ଼ିଲା ଦୁଇ ମହଲା କୋଠା; ୧୦ ମୃତ - ଖାଣ୍ଟି ଖବର

ସମସ୍ତଙ୍କର ନଜର

ମୁଖ୍ୟ ଖବର

Home Top Ad

Responsive Ads Here

Post Top Ad

Responsive Ads Here

Sunday, October 13, 2019

ଗ୍ୟାସ୍ ସିଲିଣ୍ଡ ଫାଟି ଭୁଶୁଡି ପଡ଼ିଲା ଦୁଇ ମହଲା କୋଠା; ୧୦ ମୃତ

ନୂଆଦିଲ୍ଲୀ: ଉତ୍ତର ପ୍ରଦେଶର ମହମ୍ମଦାବାଦର ବଲିଦପୁର ଗାଁରେ ଆଜି ସକାଳେ ଗ୍ୟାସ୍‌ ସିଲିଣ୍ଡର ଫାଟି ଏକ ଦୁଇ ମହଲା କୋଠା ଭୁଶୁଡ଼ି ପଡ଼ିବାରୁ ୧୦ ଜଣଙ୍କ ମୃତ୍ୟୁ ଘଟିଥିବା ବେଳେ ୧୫ରୁ ଅଧିକ ଆହତ ହୋଇଛନ୍ତି। ଆହତମାନଙ୍କୁ ଡାକ୍ତରଖାନାରେ ଭର୍ତ୍ତି କରାଯାଇଛି।

ଭଙ୍ଗା କୋଠା ତଳେ ଆଉ କିଛି ଲୋକ ଚାପି ହୋଇ ରହିଥିବା ଆଶଙ୍କା କରାଯାଉଛି। ତେଣୁ ପ୍ରଶାସନ ପକ୍ଷରୁ ସେଠାରେ ଉଦ୍ଧାରକାର୍ଯ୍ୟ ଜାରି ରହିଛି।

ଏହି ଘଟଣାକୁ ନେଇ ଉତ୍ତରପ୍ରଦେଶ ମୁଖ୍ୟମନ୍ତ୍ରୀ ଯୋଗୀ ଆଦିତ୍ୟନାଥ ଦୁଃଖ ପ୍ରକାଶ କରିଛନ୍ତି। ମୃତକଙ୍କ ଆତ୍ମାର ସଦ୍‌ଗତି ପାଇଁ ପ୍ରାର୍ଥନା କରିବା ସହିତ ସେମାନଙ୍କ ପରିବାର ଲୋକଙ୍କୁ ସମବେଦନା ଜଣାଇଛନ୍ତି। ଏହାସହ ଆହତମାନଙ୍କର ଚିକିତ୍ସା କିପରି ସୁବିଧାରେ ହୋଇପାରିବ ସେ ନେଇ ଜିଲ୍ଲା ପ୍ରଶାସନକୁ ନିର୍ଦ୍ଦେଶ ଦେଇଛନ୍ତି।

ଅନ୍ୟପକ୍ଷରେ ଗ୍ୟାସ୍‌ ସିଲିଣ୍ଡରଟି କେଉଁ କାରଣରୁ ଫାଟିଲା, ତାହା ସ୍ପଷ୍ଟ ହୋଇପାରିନି। ଘଟଣାର ତଦନ୍ତ ଚାଲିଛି।



from Odisha Reporter https://ift.tt/35yjliI

No comments:

Post a Comment

ସ୍କୁଲ ଯାଇ ୨ ଛାତ୍ରୀ ନିଖୋଜ, ଉଦ୍ଧାର ପାଇଁ ଆକୁଳ ନିବେଦନ

ସ୍କୁଲ ଯାଇ ନିଖୋଜ ହୋଇଗଲେ ଦୁଇ ସ୍କୁଲ ଛାତ୍ରୀ।୨୪ ଘଣ୍ଟାରୁ ଊର୍ଦ୍ଧ୍ୱ ସମୟ ହେଲାଣି ସେମାନଙ୍କର ପତ୍ତା ମିଳୁ ନ ଥିବା ବେଳେ ଚାରିଆଡ଼େ ଖୋଜି ବୁଲିଛନ୍ତି ପରିବାର ଲୋକେ। ...

Post Bottom Ad

Responsive Ads Here

Pages