କାନ୍ଥ ପଡ଼ି ୧୦ ମାସର ଶିଶୁ ମୃତ - ଖାଣ୍ଟି ଖବର

ସମସ୍ତଙ୍କର ନଜର

ମୁଖ୍ୟ ଖବର

Home Top Ad

Responsive Ads Here

Post Top Ad

Responsive Ads Here

Friday, October 25, 2019

କାନ୍ଥ ପଡ଼ି ୧୦ ମାସର ଶିଶୁ ମୃତ

ଆସିକା (ମନୋଜ ମୁନି): ଗଞ୍ଜାମ ଜିଲ୍ଲା ଦିଗପହଣ୍ଡି ବ୍ଲକ୍ ବଜ୍ରଗୁମ୍ମା ଗାଁରେ ଏକ ଦୁଃଖଦ ଘଟଣା ଘଟିଛି। କାନ୍ଥ ପଡ଼ି ଯିବାରୁ ଏକ ୧୦ ମାସର ଶିଶୁର ମୃତ୍ୟୁ ଘଟିଥିବା ବେଳେ ପରିବାରର ଆଉ ଚାରି ଜଣ ସଦସ୍ୟ ଆହତ ହୋଇଛନ୍ତି। ସେମାନଙ୍କୁ ଦିଗପହଣ୍ଡି ଡାକ୍ତରଖାନାରେ ଭର୍ତ୍ତି କରାଯାଇଛି।

ପରିବାର ଲୋକେ ଶୋଇଥିବା ବେଳେ ଗତକାଲି ବିଳମ୍ବିତ ରାତିରେ ଏ ଘଟଣା ଘଟିଥିଲା। ଲଗାଣ ବର୍ଷା ଯୋଗୁ ଘରର କାନ୍ଥ ଭୁଶୁଡ଼ି ପଡ଼ିଥିଲା। କାନ୍ଥ ତଳେ ସମସ୍ତେ ଚାପି ହୋଇ ରହି ଯାଇଥିଲେ। ଗ୍ରାମବାସୀମାନେ ସେମାନଙ୍କୁ ଉଦ୍ଧାର କରିଥିଲେ। ତେବେ ଶିଶୁଟିର  ଘଟଣାସ୍ଥଳରେ ମୃତ୍ୟୁ ଘଟିଥିଲା।



from Odisha Reporter https://ift.tt/2piBAZ8

No comments:

Post a Comment

ସ୍କୁଲ ଯାଇ ୨ ଛାତ୍ରୀ ନିଖୋଜ, ଉଦ୍ଧାର ପାଇଁ ଆକୁଳ ନିବେଦନ

ସ୍କୁଲ ଯାଇ ନିଖୋଜ ହୋଇଗଲେ ଦୁଇ ସ୍କୁଲ ଛାତ୍ରୀ।୨୪ ଘଣ୍ଟାରୁ ଊର୍ଦ୍ଧ୍ୱ ସମୟ ହେଲାଣି ସେମାନଙ୍କର ପତ୍ତା ମିଳୁ ନ ଥିବା ବେଳେ ଚାରିଆଡ଼େ ଖୋଜି ବୁଲିଛନ୍ତି ପରିବାର ଲୋକେ। ...

Post Bottom Ad

Responsive Ads Here

Pages