ଆଜି ମୁଖ୍ୟମନ୍ତ୍ରୀଙ୍କ ଜନ୍ମ ଦିନ - ଖାଣ୍ଟି ଖବର

ସମସ୍ତଙ୍କର ନଜର

ମୁଖ୍ୟ ଖବର

Home Top Ad

Responsive Ads Here

Post Top Ad

Responsive Ads Here

Tuesday, October 15, 2019

ଆଜି ମୁଖ୍ୟମନ୍ତ୍ରୀଙ୍କ ଜନ୍ମ ଦିନ

ଭୁବନେଶ୍ୱର(ଓଡ଼ିଶା ରିପୋର୍ଟର): ଆଜି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଜନ୍ମଦିନ । ହେଲେ ଏଥର ବାତ୍ୟା ଫୋନି ଯୋଗୁ ରାଜ୍ୟରେ ହୋଇଥିବା କ୍ଷୟକ୍ଷତି ଲାଗି ଜନ୍ମଦିନ ପାଳନ ନ କରିବାକୁ ମନସ୍ଥ କରିଛନ୍ତି ମୁଖ୍ୟମନ୍ତ୍ରୀ। ତେଣୁ ଶୁଭେଚ୍ଛା ଜଣାଇବାକୁ ନବୀନ ନିବାସ ନ ଆସିବାକୁ ସମର୍ଥକମାନଙ୍କୁ ଜଣାଇଛନ୍ତି ମୁଖ୍ୟମନ୍ତ୍ରୀ । ଏହା ପରିବର୍ତ୍ତେ ଅନାଥାଶ୍ରମ, ଭିନ୍ନକ୍ଷମଙ୍କ ପାଖକୁ ଯାଇ ସେମାନଙ୍କ ପାଇଁ କିଛି କରିବାକୁ ପରାମର୍ଶ ଦେଇଛନ୍ତି। ସାଥୀରେ ପିଲାଙ୍କୁ ମଧ୍ୟ ନେବାକୁ ବାର୍ତ୍ତା ଦେଇଛନ୍ତି ମୁଖ୍ୟମନ୍ତ୍ରୀ ।

ମୁଖ୍ୟମନ୍ତ୍ରୀଙ୍କ ଜନ୍ମଦିନ ଅବସରରେ ପୁରୀ ବେଳାଭୂମିରେ ବାଲୁକାକଳାରେ ଶୁଭେଚ୍ଛା ଜଣାଇଛନ୍ତି ଅନ୍ତର୍ଜାତୀୟ ବାଲୁକାଶିଳ୍ପୀ ସୁଦର୍ଶନ ପଟ୍ଟନାୟକ । ତାସହ ‘ହାପି ବାର୍ଥ ଡେ ନବୀନ ପଟ୍ଟନାୟକ’ ବୋଲି ମଧ୍ୟ ବାଲିରେ ଉଲ୍ଲେଖ କରିଛନ୍ତି ।  ଏହି ବାଲୁକା କଳାକୁ ଦେଖିବା ପାଇଁ  ବହୁ ପର୍ଯ୍ୟଟକଙ୍କ ଭିଡ଼ ଜମୁଛି ।



from Odisha Reporter https://ift.tt/2pl3m7g

No comments:

Post a Comment

ସ୍କୁଲ ଯାଇ ୨ ଛାତ୍ରୀ ନିଖୋଜ, ଉଦ୍ଧାର ପାଇଁ ଆକୁଳ ନିବେଦନ

ସ୍କୁଲ ଯାଇ ନିଖୋଜ ହୋଇଗଲେ ଦୁଇ ସ୍କୁଲ ଛାତ୍ରୀ।୨୪ ଘଣ୍ଟାରୁ ଊର୍ଦ୍ଧ୍ୱ ସମୟ ହେଲାଣି ସେମାନଙ୍କର ପତ୍ତା ମିଳୁ ନ ଥିବା ବେଳେ ଚାରିଆଡ଼େ ଖୋଜି ବୁଲିଛନ୍ତି ପରିବାର ଲୋକେ। ...

Post Bottom Ad

Responsive Ads Here

Pages