ମାଟି ହାଣ୍ଡି ପୋସ୍ତ ଚିକେନ୍‌ - ଖାଣ୍ଟି ଖବର

ସମସ୍ତଙ୍କର ନଜର

ମୁଖ୍ୟ ଖବର

Home Top Ad

Responsive Ads Here

Post Top Ad

Responsive Ads Here

Thursday, October 24, 2019

ମାଟି ହାଣ୍ଡି ପୋସ୍ତ ଚିକେନ୍‌

ଆବଶ୍ୟକ ସାମଗ୍ରୀ: ଚିକେନ୍‌, ପୋସ୍ତ ବଟା, ଅଦା-ରସୁଣ-ଜିରା-ସୋରିଷ ପେଷ୍ଟ, ଅଦା-ରସୁଣ-ପିଆଜ ପେଷ୍ଟ, କଟା ପିଆଜ, ଜିରା ଗୁଣ୍ଡ, ହଳଦୀ ଗୁଣ୍ଡ, ତେଲ, ଟମାଟୋ, ରସୁଣ ଓ ଅଦା ଛେଚା, ଲଙ୍କା ଗୁଣ୍ଡ, ଧନିଆ ଗୁଣ୍ଡ, ଗୋଲ ମରିଚ ଗୁଣ୍ଡ, ଧନିଆ ପତ୍ର, ଭୁର୍ସୁଙ୍ଗ ପତ୍ର, ଲୁଣ, କଞ୍ଚା ଲଙ୍କା ଓ ଲେମ୍ବୁ।

ପ୍ରସ୍ତୁତି ପ୍ରଣାଳୀ: ପ୍ରଥମେ ଚିକେନ୍‌କୁ ଭଲ ଭାବେ ଧୋଇ ସେଥିରେ ପୋସ୍ତ ବଟା ଏବଂ ଅଦା-ରସୁଣ-ଜିରା-ସୋରିଷ ପେଷ୍ଟ୍‌ ପକାଇ ଗୋଳାଇ ଦିଅନ୍ତୁ। ତା’ସହିତ ସେଥିରେ ଅଦା-ରସୁଣ-ପିଆଜ ବଟା ମଧ୍ୟ ପକାଇ ଭଲ ଭାବେ ଗୋଳାନ୍ତୁ। ଏହାପରେ ସେଥିରେ ଅଳ୍ପ  କଟା ପିଆଜ, ହଳଦୀ ଗୁଣ୍ଡ, ଜିରା ଗୁଣ୍ଡ, ଧନିଆ ଗୁଣ୍ଡ, ଲଙ୍କା ଗୁଣ୍ଡ, ଅଦା ଓ ରସୁଣ ଛେଚା, କଟା ଟମାଟୋ, ଗୋଲ ମରିଚ ଗୁଣ୍ଡ, ଧନିଆ ପତ୍ର, ସ୍ୱାଦ ଅନୁସାରେ ଲୁଣ ଏବଂ ଲେମ୍ବୁ ରସ ପକାଇ ଭଲ ଭାବେ ଗୋଳାଇ ଦିଅନ୍ତୁ। ଏବେ ଏହାକୁ କିଛି ସମୟ ସେମିତି ଛାଡ଼ି ଦିଅନ୍ତୁ।

ପରେ ଏକ ମାଟି ପାତ୍ରରେ ତେଲ ଗରମ କରି ସାମାନ୍ୟ କଟା ହୋଇଥିବା ଗୋଟା କଞ୍ଚା ଲଙ୍କା, କଟା ପିଆଜ ଓ ଭୁର୍ସୁଙ୍ଗ ପତ୍ର ପକାଇ ଛୁଙ୍କ କରନ୍ତୁ। ଏହାପରେ ମ୍ୟାରିନେଟ୍‌ ଚିକେନ୍‌କୁ ଛୁଙ୍କରେ ପକାଇ ଭଲ ଭାବେ ଗୋଳାଇ ଦିଅନ୍ତୁ। ତା’ପରେ ମାଟି ପାତ୍ରକୁ ଘୋଡ଼ାଇ ଦିଅନ୍ତୁ ଓ ଚିକେନକୁ ସିଝିବାକୁ ଛାଡ଼ି ଦିଅନ୍ତୁ।

ପାଞ୍ଚ ଦଶ ମିନିଟ୍‌ରେ ଥରେ ଘୋଡ଼ଣୀ କାଢ଼ି ଚିକେନ୍‌କୁ ଭଲ ଭାବେ ଗୋଳାଇବେ। ନହେଲେ ଚିକେନ୍‌ ମାଟି ପାତ୍ରରେ ଲାଗି ଯାଇପାରେ। ପ୍ରାୟ ଅଧା ଘଣ୍ଟା ପରେ ଚିକେନ୍ ସିଝି ଯିବ। ତା’ପରେ ଏଥିରେ ଧନିଆ ପତ୍ର ପକାନ୍ତୁ ଓ ପାତ୍ରଟିକୁ ଚୁଲିରୁ ଓହ୍ଲାଇ ଦିଅନ୍ତୁ। ଏବେ ପ୍ରସ୍ତୁତ ହୋଇଗଲା ‘ମାଟି ହାଣ୍ଡି ପୋସ୍ତ ଚିକେନ୍‌’। ଆପଣ ଏହାକୁ ଉଭୟ ଭାତ ଓ ରୁଟି ସହିତ ଖାଇପାରିବେ।

 



from Odisha Reporter https://ift.tt/2qJazyA

No comments:

Post a Comment

ସ୍କୁଲ ଯାଇ ୨ ଛାତ୍ରୀ ନିଖୋଜ, ଉଦ୍ଧାର ପାଇଁ ଆକୁଳ ନିବେଦନ

ସ୍କୁଲ ଯାଇ ନିଖୋଜ ହୋଇଗଲେ ଦୁଇ ସ୍କୁଲ ଛାତ୍ରୀ।୨୪ ଘଣ୍ଟାରୁ ଊର୍ଦ୍ଧ୍ୱ ସମୟ ହେଲାଣି ସେମାନଙ୍କର ପତ୍ତା ମିଳୁ ନ ଥିବା ବେଳେ ଚାରିଆଡ଼େ ଖୋଜି ବୁଲିଛନ୍ତି ପରିବାର ଲୋକେ। ...

Post Bottom Ad

Responsive Ads Here

Pages