ବସ୍‌କୁ ପଛରୁ ପିଟିଲା ବସ୍‌; ୭ ଆହତ - ଖାଣ୍ଟି ଖବର

ସମସ୍ତଙ୍କର ନଜର

ମୁଖ୍ୟ ଖବର

Home Top Ad

Responsive Ads Here

Post Top Ad

Responsive Ads Here

Tuesday, October 8, 2019

ବସ୍‌କୁ ପଛରୁ ପିଟିଲା ବସ୍‌; ୭ ଆହତ

କଟକ (ଓଡ଼ିଶା ରିପୋର୍ଟର): କଟକ-ଭୁବନେଶ୍ୱର ଜାତୀୟ ରାଜପଥର ପ୍ରତାପନଗରୀ ନିକଟରେ ଆଜି ସକାଳେ ୨ଟି ବସ୍‌ ମଧ୍ୟରେ ଧକ୍କା ହୋଇଛି। ଏହି ଦୁର୍ଘଟଣାରେ ୭ ଜଣ ଆହତ ହୋଇଛନ୍ତି। ୨ଟି ବସ୍‌ ଭୁବନେଶ୍ୱରରୁ କଟକ ଅଭିମୁଖେ ଯାଉଥିବା ବେଳେ ଏହି ଦୁର୍ଘଟଣା ଘଟିଛି। ଗୋଟିଏ ଚଳନ୍ତା ବସ୍‌କୁ ଦ୍ରୁତ ଗତିରେ ଆସୁଥିବା ଆଉ ଏକ ବସ୍‌ ପଛରୁ ପିଟି ଦେଇଥିବା ପ୍ରତ୍ୟକ୍ଷଦର୍ଶୀଙ୍କ ସୂତ୍ରରୁ ଜଣାପଡ଼ିଛି।

ଆହତଙ୍କ ମଧ୍ୟରେ ୫ ମହିଳା ଓ ୨ଜଣ ପୁରୁଷ ଅଛନ୍ତି। ସମସ୍ତଙ୍କୁ କଟକ ବଡ଼ ମେଡିକାଲରେ ଭର୍ତ୍ତି କରାଯାଇଛି। କଟକ ସଦର ଥାନା ପୁଲିସ୍‌ ଘଟଣାସ୍ଥଳରେ ପହଞ୍ଚି ୨ଟି ବସ୍‌କୁ ଜବତ କରିଛି। ଡ୍ରାଇଭର, ହେଲପର୍‌ଙ୍କ ସମ୍ପର୍କରେ କିଛି ଖବର ମିଳିପାରି ନାହିଁ।



from Odisha Reporter https://ift.tt/2IC3vtw

No comments:

Post a Comment

ସ୍କୁଲ ଯାଇ ୨ ଛାତ୍ରୀ ନିଖୋଜ, ଉଦ୍ଧାର ପାଇଁ ଆକୁଳ ନିବେଦନ

ସ୍କୁଲ ଯାଇ ନିଖୋଜ ହୋଇଗଲେ ଦୁଇ ସ୍କୁଲ ଛାତ୍ରୀ।୨୪ ଘଣ୍ଟାରୁ ଊର୍ଦ୍ଧ୍ୱ ସମୟ ହେଲାଣି ସେମାନଙ୍କର ପତ୍ତା ମିଳୁ ନ ଥିବା ବେଳେ ଚାରିଆଡ଼େ ଖୋଜି ବୁଲିଛନ୍ତି ପରିବାର ଲୋକେ। ...

Post Bottom Ad

Responsive Ads Here

Pages