ଭୁବନେଶ୍ୱର(ଓଡ଼ିଶା ରିପୋର୍ଟର): ଆଜିଠୁ ଭୁବନେଶ୍ୱର ଓ ନୟାଗଡ଼ ଟାଉନ ମଧ୍ୟରେ ସେବା ଏକ୍ସପ୍ରେସ ଟ୍ରେନ୍ ଗଡ଼ିବ। ତେବେ ପୂର୍ବରୁ ଚଳାଚଳ କରୁଥିବା ପାସେଞ୍ଜର ଟ୍ରେନ୍ ସମୟ ସାରଣୀରେ ପରିବର୍ତ୍ତନ ହୋଇଛି। ଏହି ଟ୍ରେନ୍ ଭୁବନେଶ୍ୱରରୁ ପ୍ରତିଦିନ ସନ୍ଧ୍ୟା ୬ଟା ୪୦ମିନିଟ୍ରେ ଛାଡ଼ି ନୟାଗଡ଼ ଟାଉନରେ ରାତି ୮ଟା ୪୫ମିନିଟ୍ରେ ପହଞ୍ଚିବ I ଫେରିବା ପଥରେ ଏହି ଟ୍ରେନ୍ ନୟାଗଡ଼ ଟାଉନଠାରୁ ସକାଳ ୬ଟା୩୦ମିନିଟ୍ରେ ଛାଡ଼ି ଭୁବନେଶ୍ୱରରେ ପୂର୍ବାହ୍ନ ୯ଟାରେ ପହଞ୍ଚିବ।
ସେବା ଟ୍ରେନ୍ ପ୍ରଚଳନ ଯୋଗୁ ପରିଚାଳନାଗତ ସୁବିଧାକୁ ଦୃଷ୍ଟିରେ ରଖି ଏହି ମାର୍ଗରେ ପୂର୍ବରୁ ଚଳାଚଳ କରୁଥିବା ପାସେଞ୍ଜର ଟ୍ରେନଗୁଡ଼ିକର ସମୟ ସାରଣୀରେ ପରିବର୍ତ୍ତନ କରାଯାଇଛି I କେନ୍ଦ୍ର ରେଳ ମନ୍ତ୍ରୀ ପିୟୁଷ ଗୋୟଲ ଆଜି ଅପରାହ୍ନରେ ନୂଆଦିଲ୍ଲୀରୁ ଭିଡିଓ କନଫରେନସିଂ ମାଧ୍ୟମରେ ଭୁବନେଶ୍ୱର-ନୟାଗଡ଼ ଟାଉନ ମଧ୍ୟରେ ସେବା ଏକ୍ସପ୍ରେସ୍ ସହିତ ଦେଶର ବିଭିନ୍ନ ପ୍ରାନ୍ତରେ ଆହୁରି ୯ଟି ସେବା ଏକ୍ସପ୍ରେସ୍ ଟ୍ରେନ୍ଗୁଡ଼ିକର ଶୁଭାରମ୍ଭ କରିବେ।
from Odisha Reporter https://ift.tt/2MdMUP4
No comments:
Post a Comment