ନବୀନଙ୍କୁ ଜନ୍ମଦିନର ଶୁଭେଚ୍ଛା ଜଣାଇଲେ ପ୍ରଧାନମନ୍ତ୍ରୀ - ଖାଣ୍ଟି ଖବର

ସମସ୍ତଙ୍କର ନଜର

ମୁଖ୍ୟ ଖବର

Home Top Ad

Responsive Ads Here

Post Top Ad

Responsive Ads Here

Tuesday, October 15, 2019

ନବୀନଙ୍କୁ ଜନ୍ମଦିନର ଶୁଭେଚ୍ଛା ଜଣାଇଲେ ପ୍ରଧାନମନ୍ତ୍ରୀ

ଭୁବନେଶ୍ୱର (ଓଡ଼ିଶା ରିପୋର୍ଟର): ୭୪ ବର୍ଷରେ ପାଦ ଥାପିଛନ୍ତି ଓଡ଼ିଶାର ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ଏହି ଅବସରରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ତାଙ୍କୁ ଶୁଭେଚ୍ଛା ଜଣାଇଛନ୍ତି। ନିଜ ଟୁଇଟର ହ୍ୟାଣ୍ଡେଲରେ ପ୍ରଥମେ ଓଡ଼ିଆ ତାପରେ ଇଂରାଜୀରେ ଲେଖି ନବୀନଙ୍କୁ ତାଙ୍କ ଜନ୍ମଦିନର ଶୁଭେଚ୍ଛା ଜଣାଇଛନ୍ତି ପ୍ରଧାନମନ୍ତ୍ରୀ।

ସେ ଲେଖିଛନ୍ତି ‘ଓଡିଶାର ମୁଖ୍ୟମନ୍ତ୍ରୀ ଶ୍ରୀ ନବୀନ ପଟ୍ଟନାୟକଜୀଙ୍କୁ ଜନ୍ମ ଦିନର ଶୁଭେଚ୍ଛା । ତାଙ୍କର ଦୀର୍ଘ ଓ ନିରାମୟ ଜୀବନ କାମନା କରୁଛି’ । ନବୀନ ମଧ୍ୟ ମୋଦିଙ୍କ ଟୁଇଟର ଜାବବ ଦେଇ ଧନ୍ୟବାଦ ଜଣାଇଛନ୍ତି ପ୍ରଧାନମନ୍ତ୍ରୀଙ୍କୁ। ସେହିପରି କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ, ପ୍ରତାପ ଷଡ଼ଙ୍ଗୀ ମଧ୍ୟ ନବୀନଙ୍କୁ ଜନ୍ମଦିନର ଶୁଭେଚ୍ଛା ଜଣାଇଛନ୍ତି।

ତେବେ ବାତ୍ୟା ଫୋନି ଯୋଗୁ ରାଜ୍ୟରେ ହୋଇଥିବା କ୍ଷୟକ୍ଷତି ଲାଗି ଜନ୍ମଦିନ ପାଳନ ନ କରିବାକୁ ମନସ୍ଥ କରିଛନ୍ତି ମୁଖ୍ୟମନ୍ତ୍ରୀ। ତେଣୁ ଶୁଭେଚ୍ଛା ଜଣାଇବାକୁ ନବୀନ ନିବାସ ନ ଆସିବାକୁ ସମର୍ଥକମାନଙ୍କୁ ଜଣାଇଛନ୍ତି ମୁଖ୍ୟମନ୍ତ୍ରୀ। ଏହା ପରିବର୍ତ୍ତେ ଅନାଥାଶ୍ରମ, ଦିବ୍ୟାଙ୍ଗଙ୍କ ପାଖକୁ ଯାଇ ସେମାନଙ୍କ ପାଇଁ କିଛି କରିବାକୁ ପରାମର୍ଶ ଦେଇଛନ୍ତି। ସାଥୀରେ ପିଲାଙ୍କୁ ମଧ୍ୟ ନେବାକୁ ବାର୍ତ୍ତା ଦେଇଛନ୍ତି ମୁଖ୍ୟମନ୍ତ୍ରୀ ।



from Odisha Reporter https://ift.tt/31g0mX2

No comments:

Post a Comment

ସ୍କୁଲ ଯାଇ ୨ ଛାତ୍ରୀ ନିଖୋଜ, ଉଦ୍ଧାର ପାଇଁ ଆକୁଳ ନିବେଦନ

ସ୍କୁଲ ଯାଇ ନିଖୋଜ ହୋଇଗଲେ ଦୁଇ ସ୍କୁଲ ଛାତ୍ରୀ।୨୪ ଘଣ୍ଟାରୁ ଊର୍ଦ୍ଧ୍ୱ ସମୟ ହେଲାଣି ସେମାନଙ୍କର ପତ୍ତା ମିଳୁ ନ ଥିବା ବେଳେ ଚାରିଆଡ଼େ ଖୋଜି ବୁଲିଛନ୍ତି ପରିବାର ଲୋକେ। ...

Post Bottom Ad

Responsive Ads Here

Pages