ବିଦାୟ ନେବେ ମା’, ଆଜି ଭସାଣ ଉତ୍ସବ - ଖାଣ୍ଟି ଖବର

ସମସ୍ତଙ୍କର ନଜର

ମୁଖ୍ୟ ଖବର

Home Top Ad

Responsive Ads Here

Post Top Ad

Responsive Ads Here

Tuesday, October 8, 2019

ବିଦାୟ ନେବେ ମା’, ଆଜି ଭସାଣ ଉତ୍ସବ

କଟକ(ଓଡ଼ିଶା ରିପୋର୍ଟର): ବିଜୟା ଦଶମୀ ସହ ସରିଛି ଶାରଦୀୟ ଦୁର୍ଗା ପୂଜା । ଏବେ ବିଦାୟ ନେବେ ମା’ ।  ବାଜା ବାଣ ପଟୁଆରରେ ଅନୁଷ୍ଠିତ ହେବ ଭସାଣ ଉତ୍ସବ । ଏଥିପାଇଁ ଚାଲିଛି ପ୍ରସ୍ତୁତି। ଗତ ରାତିରୁ କଟକର କିଛି ସ୍ଥାନରେ ଆରମ୍ଭ ହୋଇଛି ଭସାଣ ଉତ୍ସବ।  ଆଜି ବାକି ସବୁ ସ୍ଥାନରେ ଭସାଣ ଉତ୍ସବ ହେବ ।

ଏଥିପାଇଁ କଟକରେ ୫୭ ପ୍ଲାଟୁନ୍‌ ଫୋର୍ସ ମୁତୟନ ହେବାକୁ ଥିବାବେଳେ ୩୦୦ ଅଫିସର, ୪ ଅତିରିକ୍ତ ଡିସିପିଙ୍କ ସହ ରାପିଡ ଆକ୍ସନ ଫୋର୍ସ, ଷ୍ଟ୍ରାଇକିଂ ଫୋର୍ସ ମୁତୟନ ହୋଇଛନ୍ତି । ସେହିପରି ଶାନ୍ତି ଶୃଙ୍ଖଳା ଦୃଷ୍ଟିରୁ ରାସ୍ତାରେ ସିସିଟିଭି ଲଗାଯିବା ସହ ଦିନ ୧୧ଟା ପରେ ମେଢ ଯାଉଥିବା ରାସ୍ତାରେ ଟ୍ରାଫିକ କଟକଣା ଲାଗୁ କରାଯାଇଛି ।

ରାଜଧାନୀ ଭୁବନେଶ୍ୱରରେ ମଧ୍ୟ ଏଥିନିମନ୍ତେ ବ୍ୟାପକ ବ୍ୟବସ୍ଥା କରାଯାଇଛି । ରାଜଧାନୀର ତିନିଟି ସ୍ଥାନରେ ଭାସଣ ଶୋଭାଯାତ୍ରା ଅନୁଷ୍ଠିତ ହେବ । ମୂର୍ତ୍ତି ବିସର୍ଜନ ପାଇଁ କୁଆଖାଇ ଓ ଦୟାନଦୀ କୂଳରେ ଅସ୍ଥାୟୀ ପୋଖରୀ ନିର୍ମାଣ କରାଯାଇଛି । ନୟାପଲ୍ଲୀ ପଡିଆରେ ୨୦ଟି ମେଢ ଏକାଠି ହେବେ । ସେଠାରୁ ହିଁ ଭସାଣ ଉତ୍ସବ ଆରମ୍ଭ ହେବ। ସେହିପରି ସହିଦ ନଗର ପଡିଆ ଓ ଚନ୍ଦ୍ରଶେଖରପୁର ଆରଟିଓ ପଡିଆରେ ବିଭିନ୍ନ ମୂର୍ତ୍ତି ଏକାଠି ହେବା ପରେ ଭସାଣ ଉତ୍ସବ ଆରମ୍ଭ ହେବ। ଧାଡ଼ି ଶୋଭାଯାତ୍ରା ପାଇଁ ପୁଲିସ୍‌ ପକ୍ଷରୁ ସୁରକ୍ଷା ବ୍ୟବସ୍ଥା କଡ଼ାକଡି କରାଯାଇଛି  ।



from Odisha Reporter https://ift.tt/2oqlLzh

No comments:

Post a Comment

ସ୍କୁଲ ଯାଇ ୨ ଛାତ୍ରୀ ନିଖୋଜ, ଉଦ୍ଧାର ପାଇଁ ଆକୁଳ ନିବେଦନ

ସ୍କୁଲ ଯାଇ ନିଖୋଜ ହୋଇଗଲେ ଦୁଇ ସ୍କୁଲ ଛାତ୍ରୀ।୨୪ ଘଣ୍ଟାରୁ ଊର୍ଦ୍ଧ୍ୱ ସମୟ ହେଲାଣି ସେମାନଙ୍କର ପତ୍ତା ମିଳୁ ନ ଥିବା ବେଳେ ଚାରିଆଡ଼େ ଖୋଜି ବୁଲିଛନ୍ତି ପରିବାର ଲୋକେ। ...

Post Bottom Ad

Responsive Ads Here

Pages