ପୂଜାକୁ ଫିକା କରିବନି ବର୍ଷା ! - ଖାଣ୍ଟି ଖବର

ସମସ୍ତଙ୍କର ନଜର

ମୁଖ୍ୟ ଖବର

Home Top Ad

Responsive Ads Here

Post Top Ad

Responsive Ads Here

Wednesday, October 2, 2019

ପୂଜାକୁ ଫିକା କରିବନି ବର୍ଷା !

ଭୁବନେଶ୍ୱର(ଓଡ଼ିଶା ରିପୋର୍ଟର): ଶାରଦୀୟ ଦୁର୍ଗାପୂଜା ସମୟରେ ପାଗ ଭଲ ରହିବ। ହେଲେ ଅପରାହ୍ଣ ବେଳକୁ ଘଡ଼ଘଡ଼ି ସହ ସ୍ୱଳ୍ପ ବର୍ଷା ହୋଇପାରେ ବୋଲି ଭୁବନେଶ୍ୱରସ୍ଥିତ ଆଞ୍ଚଳିକ ପାଣିପାଗ କେନ୍ଦ୍ରର ଡ୍ୟୁଟି ଅଫିସର ଲକ୍ଷ୍ମୀକାନ୍ତ ଗିରି ସୂଚନା ଦେଇଛନ୍ତି।

ସେ କହିଛନ୍ତି,“ ବର୍ତ୍ତମାନ ଓଡ଼ିଶା ଉପରେ କିମ୍ୱା ଉତ୍ତର ବଙ୍ଗୋପସାଗର ପାଖରେ କୌଣସି ଘୂର୍ଣ୍ଣିବଳୟ ନାହିଁ। କେବଳ ୱେଷ୍ଟ ବେଙ୍ଗଲ ଓ ବାଙ୍ଗଲାଦେଶ ଉପରେ ଗୋଟିଏ ଘୂର୍ଣ୍ଣିବଳୟ ରହିଛି। ତାର ପ୍ରଭାବ ଓଡ଼ିଶା ଉପରେ କିଛି ପଡ଼ିବ ନାହିଁ। ବର୍ତ୍ତମାନ କେବଳ ସେଣ୍ଟ୍ରାଲ୍ ଓ ଦକ୍ଷିଣ ଓଡ଼ିଶାରେ ଆକାଶ ଆଶିଂକ ମେଘାଚ୍ଛନ୍ନ ରହିଛି। ପ୍ରାୟ ଓଡ଼ିଶାର ସମସ୍ତ ଜିଲ୍ଲାରେ ଆକାଶ ପ୍ରାୟ ମେଘମୁକ୍ତ ରହିଛି। ତେବେ ଅପରାହ୍ଣରେ ଘଡ଼ଘଡ଼ି ସହ ବର୍ଷା ହେବାର ସମ୍ଭାବନା ରହିଛି। ବିଶେଷକରି ଉପକୂଳ ଓ ଉତ୍ତର ଓଡ଼ିଶାର ଜିଲ୍ଲାଗୁଡ଼ିକରେ ଘଡ଼ଘଡ଼ି ସହ ବର୍ଷା ହେବ। ହେଲେ  ଏହାର ପରିମାଣ ଅଳ୍ପ  ରହିବ। ପ୍ରବଳ ବର୍ଷା ହେବାର କୌଣସି ସମ୍ଭାବନା ନାହିଁ।”

 



from Odisha Reporter https://ift.tt/2pzgsxJ

No comments:

Post a Comment

ସ୍କୁଲ ଯାଇ ୨ ଛାତ୍ରୀ ନିଖୋଜ, ଉଦ୍ଧାର ପାଇଁ ଆକୁଳ ନିବେଦନ

ସ୍କୁଲ ଯାଇ ନିଖୋଜ ହୋଇଗଲେ ଦୁଇ ସ୍କୁଲ ଛାତ୍ରୀ।୨୪ ଘଣ୍ଟାରୁ ଊର୍ଦ୍ଧ୍ୱ ସମୟ ହେଲାଣି ସେମାନଙ୍କର ପତ୍ତା ମିଳୁ ନ ଥିବା ବେଳେ ଚାରିଆଡ଼େ ଖୋଜି ବୁଲିଛନ୍ତି ପରିବାର ଲୋକେ। ...

Post Bottom Ad

Responsive Ads Here

Pages