ଡାକ୍ତର ପଙ୍କଜ ପଟେଲଙ୍କ ଉପରୁ ହଟିଲା ନିଲମ୍ବନ ଆଦେଶ - ଖାଣ୍ଟି ଖବର

ସମସ୍ତଙ୍କର ନଜର

ମୁଖ୍ୟ ଖବର

Home Top Ad

Responsive Ads Here

Post Top Ad

Responsive Ads Here

Thursday, October 24, 2019

ଡାକ୍ତର ପଙ୍କଜ ପଟେଲଙ୍କ ଉପରୁ ହଟିଲା ନିଲମ୍ବନ ଆଦେଶ

ରାଉରକେଲା (ଓଡ଼ିଶା ରିପୋର୍ଟର): ସୁନ୍ଦରଗଡ଼ର ଭାରପ୍ରାପ୍ତ ସିଡିଏମ୍ଓ ଡାକ୍ତର ପଙ୍କଜ ପଟେଲଙ୍କ ଉପରୁ ନିଲମ୍ବନ ଆଦେଶ ପ୍ରତ୍ୟାହାର କରି ନିଆଯାଇଛି। ଏହା ସହିତ ତାଙ୍କୁ ପୁନଃଅବସ୍ଥାପିତ କରାଯାଇଛି। ତାଙ୍କୁ ସମ୍ବଲପୁର ଜିଲ୍ଲା ମୁଖ୍ୟ ଚିକିତ୍ସାଳୟରେ ସିନିୟର କନ୍‌ସଲ୍‌ଟାଣ୍ଟ୍‌ ଭାବେ ନୂଆ ନିଯୁକ୍ତି ଦିଆଯାଇଛି। ଏନେଇ ସ୍ୱାସ୍ଥ୍ୟ ବିଭାଗ ପକ୍ଷରୁ ବିଧିବଦ୍ଧ ଭାବେ ବିଜ୍ଞପ୍ତି ପ୍ରକାଶ କରାଯାଇଛି।

ସୂଚନାଯୋଗ୍ୟ, ଗତ ୧୩ ତାରିଖ ଦିନ ପଙ୍କଜ କୁମାର ପଟେଲଙ୍କୁ ରାଜ୍ୟ ସରକାର କାର୍ଯ୍ୟରେ ଅବହେଳା ଅଭିଯୋଗରେ ନିଲମ୍ୱନ କରିଥିଲେ।  ସେହି ଦିନ 5T ସଚିବ ଭିକେ ପାଣ୍ଡିଆନ୍ ସୁନ୍ଦରଗଡ଼ ଜିଲ୍ଲା ମୁଖ୍ୟ ଚିକିତ୍ସାଳୟ ଗସ୍ତରେ ଯାଇଥିଲେ ଏବଂ ଡାକ୍ତରଖାନାର ବିଭିନ୍ନ ଅବ୍ୟବସ୍ଥାକୁ ନେଇ ସେ ଭାରପ୍ରାପ୍ତ ସିଡିଏମ୍‌ଓ ଡାକ୍ତର ପଙ୍କଜ ପଟେଲଙ୍କ ଉପରେ ଅସନ୍ତୋଷ ପ୍ରକାଶ କରିଥିଲେ। ବିଶେଷ କରି ଡାକ୍ତରଖାନାରେ ରୋଗୀଙ୍କୁ ଦିଆଯାଉଥିବା ଖାଦ୍ୟ ଓ କିଛି ପରୀକ୍ଷା ବାହାରେ କରାଯାଉଥିବାରୁ 5T ସଚିବ ଅସନ୍ତୋଷ ପ୍ରକାଶ କରିଥିଲେ। ଏହା ପରେ ତାଙ୍କ ବିରୋଧରେ କାର୍ଯ୍ୟାନୁଷ୍ଠାନ ଗ୍ରହଣ  କରାଯାଇଥିଲା।

ଅନ୍ୟପକ୍ଷରେ ସରକାରଙ୍କ ଏହି ପଦକ୍ଷେପକୁ ଡାକ୍ତର ସଂଘ ‘ଓମ୍‌ସା’ ଓ ବିଜେପି ପକ୍ଷରୁ ବିରୋଧ କରାଯାଇଥିଲା। ଏପରିକି ବିଜେପି ପକ୍ଷରୁ ଏନେଇ ସୁନ୍ଦରଗଡ଼ରେ ୬ ଘଣ୍ଟିଆ ବନ୍ଦ ପାଳନ କରାଯାଇଥିଲା। ତେବେ ଶେଷରେ ନିଲମ୍ବନର ଦୁଇ ସପ୍ତାହ ନପୂରୁଣୁ ଡାକ୍ତର ପଙ୍କଜ ପଟେଲଙ୍କୁ ପୁନଃ ଅବସ୍ଥାପିତ କରାଯାଇଛି।



from Odisha Reporter https://ift.tt/35YkkZX

No comments:

Post a Comment

ସ୍କୁଲ ଯାଇ ୨ ଛାତ୍ରୀ ନିଖୋଜ, ଉଦ୍ଧାର ପାଇଁ ଆକୁଳ ନିବେଦନ

ସ୍କୁଲ ଯାଇ ନିଖୋଜ ହୋଇଗଲେ ଦୁଇ ସ୍କୁଲ ଛାତ୍ରୀ।୨୪ ଘଣ୍ଟାରୁ ଊର୍ଦ୍ଧ୍ୱ ସମୟ ହେଲାଣି ସେମାନଙ୍କର ପତ୍ତା ମିଳୁ ନ ଥିବା ବେଳେ ଚାରିଆଡ଼େ ଖୋଜି ବୁଲିଛନ୍ତି ପରିବାର ଲୋକେ। ...

Post Bottom Ad

Responsive Ads Here

Pages