ଭୋପାଲ: ମଧ୍ୟପ୍ରଦେଶର ହୋଶଙ୍ଗାବାଦରେ ଆଜି ସକାଳେ ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଛି। ଏଥିରେ ଜାତୀୟ ସ୍ତରର ଚାରି ଜଣ ହକି ଖେଳାଳିଙ୍କ ମୃତ୍ୟୁ ଘଟିଛି। ଆଉ ତିନି ଜଣ ଆହତ ହୋଇଛନ୍ତି। ସେମାନଙ୍କୁ ସ୍ଥାନୀୟ ଏକ ଡାକ୍ତରଖାନାରେ ଭର୍ତ୍ତି କରାଯାଇଛି।
ସୂଚନା ଅନୁଯାୟୀ, ହୋଶଙ୍ଗାବାଦରେ ଅଖିଳ ଭାରତୀୟ ହକି ଟୁର୍ଣ୍ଣାମେଣ୍ଟ ଚାଲିଥିବା ବେଳେ ଏଥିରେ ଭାଗ ନେବା ପାଇଁ ଏହି ଖେଳାଳିମାନେ ଯାଉଥିଲେ। ସେମାନେ ଏକ ସ୍ୱିଫ୍ଟ ଡିଜାୟର କାର୍ରେ ସେଠାକୁ ଯାଉଥିବା ବେଳେ ଏହା ଭାରସାମ୍ୟ ହରାଇ ଏକ ଗଛରେ ପିଟି ହୋଇଯାଇଥିଲା। କାର୍ଟି ଦ୍ରୁତ ଗତିରେ ଯାଉଥିଲା ବୋଲି ଜଣାପଡ଼ିଛି। କାର୍ଟି ପୂରା ନଷ୍ଟ ହୋଇଯାଇଛି। ୬୯ ନମ୍ବର ଜାତୀୟ ରାଜପଥରେ ଏହି ଦୁର୍ଘଟଣା ଘଟିଛି।
ଖବର ପାଇବା ପରେ ସ୍ଥାନୀୟ ପ୍ରଶାସନିକ ଅଧିକାରୀଙ୍କ ସହିତ ପୁଲିସ୍ ଘଟଣାସ୍ଥଳରେ ପହଞ୍ଚିଥିଲା। ପୁଲିସ୍ ଘଟଣାର ତଦନ୍ତ କରୁଛି।
from Odisha Reporter https://ift.tt/2OHTtee
No comments:
Post a Comment