‘ହୋଇପାରେ ପ୍ରବଳ ବର୍ଷା, ସ୍ଥିତି ମୁକାବିଲା ପାଇଁ ପ୍ରସ୍ତୁତ ରୁହ’ - ଖାଣ୍ଟି ଖବର

ସମସ୍ତଙ୍କର ନଜର

ମୁଖ୍ୟ ଖବର

Home Top Ad

Responsive Ads Here

Post Top Ad

Responsive Ads Here

Monday, October 21, 2019

‘ହୋଇପାରେ ପ୍ରବଳ ବର୍ଷା, ସ୍ଥିତି ମୁକାବିଲା ପାଇଁ ପ୍ରସ୍ତୁତ ରୁହ’

ଭୁବନେଶ୍ୱର: ଘୂର୍ଣ୍ଣିବଳୟ ପ୍ରଭାବରେ ହେବାକୁ ଥିବା ପ୍ରବଳ ବର୍ଷାକୁ ଦୃଷ୍ଟିରେ ରଖି ସମସ୍ତ ପ୍ରକାର ସ୍ଥିତିର ମୁକାବିଲା ପାଇଁ ଜିଲ୍ଲାପାଳମାନଙ୍କୁ ଚିଠି କରାଯାଇଛି। ରାଜ୍ୟ ସ୍ୱତନ୍ତ୍ର ରିଲିଫ କମିଶନର ଚିଠି ଲେଖି ଜିଲ୍ଲାପାଳମାନଙ୍କୁ ଏନେଇ ସତର୍କ ରହିବାକୁ ନିର୍ଦ୍ଦେଶ ଦେଇଛନ୍ତି। ଏହାସହ ସ୍ଥିତି ଉପରେ ନଜର ରଖିବା ସହ ଆଗୁଆ ପଦକ୍ଷେପ ଗ୍ରହଣ କରିବାକୁ କୁହାଯାଇଛି।

ଆସନ୍ତାକାଲି ଗଜପତି, ଗଞ୍ଜାମ, ରାୟଗଡା, ପୁରୀ, କନ୍ଧମାଳ, ନୟାଗଡ, ନୂଆପଡା ଓ ବଲାଙ୍ଗିରରେ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି। ସେହିପରି ୨୪ତାରିଖରେ ଗଜପତି, ଗଞ୍ଜାମ, ସମ୍ବଲପୁର, ଝାରସୁଗୁଡା, ସୁନ୍ଦରଗଡ, ଦେଓଗଡ, ଅନୁଗୁଳ, କେନ୍ଦୁଝର, ପୁରୀ, ଖୋର୍ଦ୍ଧା, ନବରଙ୍ଗପୁର ଓ କଟକରେ ପ୍ରବଳ ବର୍ଷା ହୋଇପାରେ। ଏନେଇ ଭୁବନେଶ୍ୱରସ୍ଥିତ ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ପୂର୍ବାନୁମାନ କରାଯାଇଛି।

ଆସନ୍ତା ୨୫ ତାରିଖରେ କେନ୍ଦୁଝର, ମୟୂରଭଞ୍ଜ, କଟକ, ବାଲେଶ୍ୱର, ଢେଙ୍କାନାଳ, ଯାଜପୁର ଓ ନୟାଗଡରେ ପ୍ରବଳ ମାତ୍ରାରେ ବର୍ଷା ହେବାର ସମ୍ଭାବନା ଥିବାରୁ ଏସବୁ ଜିଲ୍ଲାରେ ସ୍ଥିତି ଉପରେ ନଜର ରଖିବାକୁ ଜିଲ୍ଲାପାଳମାନଙ୍କୁ ନିର୍ଦ୍ଦେଶ ଦିଆଯାଇଛି।



from Odisha Reporter https://ift.tt/2Jb1lRT

No comments:

Post a Comment

ସ୍କୁଲ ଯାଇ ୨ ଛାତ୍ରୀ ନିଖୋଜ, ଉଦ୍ଧାର ପାଇଁ ଆକୁଳ ନିବେଦନ

ସ୍କୁଲ ଯାଇ ନିଖୋଜ ହୋଇଗଲେ ଦୁଇ ସ୍କୁଲ ଛାତ୍ରୀ।୨୪ ଘଣ୍ଟାରୁ ଊର୍ଦ୍ଧ୍ୱ ସମୟ ହେଲାଣି ସେମାନଙ୍କର ପତ୍ତା ମିଳୁ ନ ଥିବା ବେଳେ ଚାରିଆଡ଼େ ଖୋଜି ବୁଲିଛନ୍ତି ପରିବାର ଲୋକେ। ...

Post Bottom Ad

Responsive Ads Here

Pages