ଜଷ୍ଟିସ୍‌ ବୋବଡେଙ୍କ ନାଁରେ ମୋହର, ୧୮ରେ ନେବେ ଶପଥ - ଖାଣ୍ଟି ଖବର

ସମସ୍ତଙ୍କର ନଜର

ମୁଖ୍ୟ ଖବର

Home Top Ad

Responsive Ads Here

Post Top Ad

Responsive Ads Here

Monday, October 28, 2019

ଜଷ୍ଟିସ୍‌ ବୋବଡେଙ୍କ ନାଁରେ ମୋହର, ୧୮ରେ ନେବେ ଶପଥ

ନୂଆଦିଲ୍ଲୀ: ସୁପ୍ରିମକୋର୍ଟର ପରବର୍ତ୍ତୀ ପ୍ରଧାନ ବିଚାରପତି ହେବେ ଜଷ୍ଟିସ୍‌ ଶରଦ ଅରବିନ୍ଦ ବୋବଡେ। ଆଜି ତାଙ୍କ ନାଁରେ ରାଷ୍ଟ୍ରପତି ରାମନାଥ କୋବିନ୍ଦ ମୋହର ମାରିଛନ୍ତି। ଜଷ୍ଟିସ୍‌ ବୋବଡେ ବର୍ତ୍ତମାନର ପ୍ରଧାନ ବିଚାରପତି ଜଷ୍ଟିସ ରଞ୍ଜନ ଗୋଗୋଇଙ୍କ ପରେ ସୁପ୍ରିମକୋର୍ଟର ବରିଷ୍ଠତମ ବିଚାରପତି। ନଭେମ୍ବର ୧୭ରେ ଜଷ୍ଟିସ୍‌ ଗୋଗୋଇଙ୍କ କାର୍ଯ୍ୟକାଳ ଶେଷ ହେବ।

ଏଥିପାଇଁ ଜଷ୍ଟିସ୍‌ ଗୋଗୋଇ ତାଙ୍କ ଉତ୍ତରାଧିକାରୀ ଭାବେ ଜଷ୍ଟିସ୍‌ ବୋବଡେଙ୍କ ନାଁକୁ ପରବର୍ତ୍ତୀ ସିଜେଆଇ ଭାବେ ସୁପାରିସ କରିଥିଲେ। ଆଜି ରାଷ୍ଟ୍ରପତି ଏହାକୁ ମଞ୍ଜୁରୀ ଦେଇଛନ୍ତି। ଦେଶର ୪୭ତମ ସିଜେଆଇ ଭାବେ ଜଷ୍ଟିସ ବୋବଡେ ଆସନ୍ତା ନଭେମ୍ବର ୧୮ରେ ଶପଥ ଗ୍ରହଣ କରିବେ। ରାଷ୍ଟ୍ରପତି ରାମନାଥ କୋବିନ୍ଦ ହିଁ ତାଙ୍କୁ ପଦ ଓ ଗୋପନୀୟତାର ଶପଥ ପାଠ କରାଇବେ।

ଦୀର୍ଘ ୮ ବର୍ଷ ହେଲା ସୁପ୍ରିମକୋର୍ଟରେ ବିଚାରପତି ଭାବେ କାର୍ଯ୍ୟ କରୁଥିବା ଜଷ୍ଟିସ୍‌ ବୋବଡେ ୨୦୨୧ ଏପ୍ରିଲ ୨୩ ଯାଏ ଏହି ପଦରେ ରହିବେ। ଜଷ୍ଟିସ୍‌ ବୋବଡେଙ୍କ ଶପଥ ସମାରୋହରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ସମେତ ବହୁ ବିଶିଷ୍ଟ ବ୍ୟକ୍ତି ଯୋଗଦେବାର କାର୍ଯ୍ୟକ୍ରମ ରହିଛି।



from Odisha Reporter https://ift.tt/34bi67O

No comments:

Post a Comment

ସ୍କୁଲ ଯାଇ ୨ ଛାତ୍ରୀ ନିଖୋଜ, ଉଦ୍ଧାର ପାଇଁ ଆକୁଳ ନିବେଦନ

ସ୍କୁଲ ଯାଇ ନିଖୋଜ ହୋଇଗଲେ ଦୁଇ ସ୍କୁଲ ଛାତ୍ରୀ।୨୪ ଘଣ୍ଟାରୁ ଊର୍ଦ୍ଧ୍ୱ ସମୟ ହେଲାଣି ସେମାନଙ୍କର ପତ୍ତା ମିଳୁ ନ ଥିବା ବେଳେ ଚାରିଆଡ଼େ ଖୋଜି ବୁଲିଛନ୍ତି ପରିବାର ଲୋକେ। ...

Post Bottom Ad

Responsive Ads Here

Pages