ବିଜେପୁର ଉପନିର୍ବାଚନ ଲାଗି ଭୋଟ ଗ୍ରହଣ ଆରମ୍ଭ - ଖାଣ୍ଟି ଖବର

ସମସ୍ତଙ୍କର ନଜର

ମୁଖ୍ୟ ଖବର

Home Top Ad

Responsive Ads Here

Post Top Ad

Responsive Ads Here

Sunday, October 20, 2019

ବିଜେପୁର ଉପନିର୍ବାଚନ ଲାଗି ଭୋଟ ଗ୍ରହଣ ଆରମ୍ଭ

ବରଗଡ଼(ଓଡ଼ିଶା ରିପୋର୍ଟର): ବହୁ ପ୍ରତିକ୍ଷିତ ବିଜେପୁର ଉପନିର୍ବାଚନ ଲାଗି ଆଜି ସକାଳ ୭ଟାରୁ ଭୋଟ ଗ୍ରହଣ ଆରମ୍ଭ ହୋଇଯାଇଛି। ଅପରାହ୍ନ ୫ଟା ପର୍ଯ୍ୟନ୍ତ  ଏହି ପ୍ରକ୍ରିୟା ଚାଲିବ।
ନିର୍ବାଚନୀ ମୈଦାନକୁ ଓହ୍ଲାଇଥିବା ମୋଟ ୫ ପ୍ରାର୍ଥୀଙ୍କ ଭାଗ୍ୟ ନିର୍ଦ୍ଧାରଣ କରୁଛନ୍ତି ୨ଲକ୍ଷ ୩୨ ହଜାରରୁ ଅଧିକ ଭୋଟର। ଭୋଟଗ୍ରହଣ ପାଇଁ ଜିଲ୍ଲା ପ୍ରଶାସନ ପକ୍ଷରୁ ବ୍ୟାପକ ବନ୍ଦୋବସ୍ତ କରାଯାଇଛି।

ବିଜେପୁରରେ ଏଥର ୧୧ଟି ଆଦର୍ଶ ବୁଥ କରାଯାଇଛି। ଦିବ୍ୟାଙ୍ଗମାନଙ୍କ ଭୋଟଦାନ ପାଇଁ ସ୍ୱତନ୍ତ୍ର ବ୍ୟବସ୍ଥା କରାଯାଇଛି। ଗାଇସିଲେଟ ବ୍ଲକର ୬ଟି ବୁଥ୍ ନକ୍ସଲ ପ୍ରବଣ ହୋଇଥିବା ବେଳେ ଏଠାରେ କଡ଼ା ସୁରକ୍ଷା ବ୍ୟବସ୍ଥା ଗ୍ରହଣ କରାଯାଇଛି। ଶାନ୍ତିଶୃଙ୍ଖଳାର ସହ ନିର୍ବାଚନ ପରିଚାଳନା ଲାଗି ୩୩ ପ୍ଲାଟୁନ୍ ଫୋର୍ସ ସହ ୫ କମ୍ପାନୀ ସିଆରପିଏଫ୍ ଓ ବରିଷ୍ଠ ପୁଲିସ୍‌ ଅଧିକାରୀ ମୁତୟନ ହୋଇଛନ୍ତି।

ଆଜି ସକାଳ ସାଢେ ୫ଟାରେ ପ୍ରତି ବୁଥରେ ମକ୍ ପୋଲିଂ ପରେ ଭୋଟଗ୍ରହଣ ଆରମ୍ଭ ହୋଇଯାଇଛି।



from Odisha Reporter https://ift.tt/33Ta03D

No comments:

Post a Comment

ସ୍କୁଲ ଯାଇ ୨ ଛାତ୍ରୀ ନିଖୋଜ, ଉଦ୍ଧାର ପାଇଁ ଆକୁଳ ନିବେଦନ

ସ୍କୁଲ ଯାଇ ନିଖୋଜ ହୋଇଗଲେ ଦୁଇ ସ୍କୁଲ ଛାତ୍ରୀ।୨୪ ଘଣ୍ଟାରୁ ଊର୍ଦ୍ଧ୍ୱ ସମୟ ହେଲାଣି ସେମାନଙ୍କର ପତ୍ତା ମିଳୁ ନ ଥିବା ବେଳେ ଚାରିଆଡ଼େ ଖୋଜି ବୁଲିଛନ୍ତି ପରିବାର ଲୋକେ। ...

Post Bottom Ad

Responsive Ads Here

Pages