ପୁରୀ(ଓଡ଼ିଶା ରିପୋର୍ଟର): ଶ୍ରୀମନ୍ଦିର ଚତୁଃପାର୍ଶ୍ୱରୁ ଉଚ୍ଛେଦ ଅଭିଯାନ ମାମଲାରେ ଆଜି ସୁପ୍ରିମକୋର୍ଟରେ ହେବ ଶୁଣାଣି। ଇତିମଧ୍ୟରେ ରାଜ୍ୟ ସରକାରଙ୍କ ପକ୍ଷରୁ ସୁପ୍ରିମକୋର୍ଟରେ ଷ୍ଟାଟସ୍ ରିପୋର୍ଟ ଦାଖଲ କରାଯାଇ ସାରିଛି। ପୁରୀ ଜିଲ୍ଲାପାଳଙ୍କଠାରୁ ସଂଗୃହୀତ ନଥିପତ୍ର ଓ ସୂଚନା ଆଧାରରେ ରାଜ୍ୟ ସରକାରଙ୍କ ଉଚ୍ଛେଦ ମାମଲା ନେଇ ଷ୍ଟାଟସ ରିପୋର୍ଟରେ ତଥ୍ୟ ଉପସ୍ଥାପନା କରାଯାଇଛି।
ଶ୍ରୀଜଗନ୍ନାଥ ମନ୍ଦିର ଆଖପାଖରେ ଥିବା ମଠମାନଙ୍କ ସମ୍ପର୍କରେ ମଧ୍ୟ ଷ୍ଟାଟସ ରିପୋର୍ଟ ଦାଖଲ କରାଯାଇଛି। ଗତ ୩ତାରିଖରେ ଶ୍ରୀମନ୍ଦିର ଚତୁଃପାର୍ଶ୍ୱର ୭୫ ମିଟର ପରିଧିରେ ଥିବା ଐତିହ୍ୟ ସମ୍ପନ୍ନ ମଠ ଓ ମନ୍ଦିରଗୁଡ଼ିକର ଉଚ୍ଛେଦ ପ୍ରସଙ୍ଗରେ ସୁପ୍ରିମକୋର୍ଟ ରାଜ୍ୟ ସରକାରଙ୍କ ଉପରେ ଅସନ୍ତୋଷ ବ୍ୟକ୍ତ କରିଥିଲେ। ତା’ସହ ଉଚ୍ଛେଦ ନେଇ ଷ୍ଟାଟସ ରିପୋର୍ଟ ଦାଖଲ କରିବାକୁ ରାଜ୍ୟ ସରକାରଙ୍କୁ ସୁପ୍ରିମକୋର୍ଟ ନିର୍ଦ୍ଦେଶ ଦେଇଥିଲେ।
from Odisha Reporter https://ift.tt/2N4sOpt
No comments:
Post a Comment