ଜୟପୁର( ଟି ଗୌରିଶଙ୍କର): କୋରାପୁଟ ଜିଲ୍ଲା ବାରିଣୀପୁଟ ଅପର କୋଲାବରେ ଗତକାଲି ବିଳମ୍ବିତ ରାତିରେ ଏକ ପରିତ୍ୟକ୍ତ କୋଠା ଭୁଶୁଡି ପଡ଼ିଥିଲା। ଉକ୍ତ କୋଠା ତଳେ ଗୋଟିଏ ପରିବାରର ୪ ଜଣ ଫସି ରହିଥିବା ବେଳେ ସମସ୍ତଙ୍କୁ ଉଦ୍ଧାର କରାଯାଇଛି। ସେମାନଙ୍କ ମଧ୍ୟରୁ ଏକ ଛୋଟ ଛୁଆର ଅବସ୍ଥା ସଙ୍କଟାପନ୍ନ ରହିଥିବା ଜଣାଯାଇଛି।
ଅଗ୍ନିଶମ ବାହିନୀ ଓ ପୁଲିସ୍ ଘଟଣାସ୍ଥଳରେ ପହଞ୍ଚି ଯୁଦ୍ଧକାଳୀନ ଭିତ୍ତିରେ ଉଦ୍ଧାର କାର୍ଯ୍ୟ କରିଥିଲେ । ତିନି ଜଣଙ୍କୁ ଉଦ୍ଧାର କରି ମେଡିକାଲରେ ଭର୍ତ୍ତି କରିଥିଲେ। ମାତ୍ର ଦୀର୍ଘ ସମୟ ଧରି ଛୋଟ ଛୁଆର ପତ୍ତା ମିଳି ନ ଥିଲା। ପରିଶେଷରେ ଧ୍ୱଂସାବଶେଷ ତଳୁ ରାତି ପ୍ରାୟ ୧ଟା ୨୦ରେ ଛୁଆଟିକୁ ଗୁରୁତର ଅବସ୍ଥାରେ ଉଦ୍ଧାର କରାଯାଇଥିଲା। ଏଥିପାଇଁ ବିଳମ୍ବିତ ରାତି ପର୍ଯ୍ୟନ୍ତ ଚାଲୁ ରହିଥିଲା ଅପରେସନ୍ । ସମସ୍ତଙ୍କୁ ମେଡିକାଲରେ ଭର୍ତ୍ତି କରାଯାଇଛି।
from Odisha Reporter https://ift.tt/2KPk9aq
No comments:
Post a Comment