ଭଞ୍ଜନଗର(ରାଜେଶ କୁମାର ପଣ୍ଡା): ଗଂଜାମ ଜିଲ୍ଲା ଗାଙ୍ଗପୁର ଥାନା ଅଞ୍ଚଳରେ ଗତ ରାତିରେ ‘ଦର୍ପ’ ନାମକ ମିନି ବସ୍ ଓଲଟି ଜଣେ ବ୍ୟକ୍ତିଙ୍କର ମୃତ୍ୟୁ ହୋଇଛି। ଏହି ଦୁର୍ଘଟଣାରେ ୧୫ ଜଣ ଆହତ ହୋଇଛନ୍ତି। ବସ୍ଟି ଗତ ରାତିରେ ଏକ ଭୋଜି ପାଇଁ ଭଡ଼ାରେ ବୋରି ଗ୍ରାମକୁ ଆସିଥିଲା। ସେଠାରୁ ତନରଡ଼ା ଫେରୁଥିବା ବେଳେ ଭାରସାମ୍ୟ ହରାଇ ରାସ୍ତା ପାର୍ଶ୍ୱକୁ ଓଲଟି ପଡିଥିଲା।
ସଙ୍ଗେ ସଙ୍ଗେ ସ୍ଥାନୀୟ ଲୋକେ ଓ ଅଗ୍ନିଶମ ବିଭାଗ କର୍ମଚାରୀ ଆହତଙ୍କୁ ଉଦ୍ଧାର କରିଥିଲେ। ସେମାନଙ୍କ ମଧ୍ୟରୁ ଗୋବର୍ଦ୍ଧନ ଜେନା ନାମକ ଯାତ୍ରୀଙ୍କର ମୃତ୍ୟୁ ହୋଇଛି। ଏହି ଦୁର୍ଘଟଣାରେ ୧୫ ଯାତ୍ରୀ ଆହତ ହୋଇଛନ୍ତି। ସେମାନଙ୍କୁ ପ୍ରାଥମିକ ଚିକିତ୍ସା ପାଇଁ ଆସ୍କା ମେଡିକାଲରେ ଭର୍ତ୍ତି କରାଯାଇଛି। ଗୁରୁତରମାନଙ୍କୁ ବ୍ରହ୍ମପୁର ମେଡିକାଲରେ ଭର୍ତ୍ତି କରାଯାଇଛି।
from Odisha Reporter https://ift.tt/2JTZWzt
No comments:
Post a Comment