ଅତି ଭୟଙ୍କର ରୂପ ନେଲାଣି ‘ବୁଲ୍‌ବୁଲ୍‌’ - ଖାଣ୍ଟି ଖବର

ସମସ୍ତଙ୍କର ନଜର

ମୁଖ୍ୟ ଖବର

Home Top Ad

Responsive Ads Here

Post Top Ad

Responsive Ads Here

Thursday, November 7, 2019

ଅତି ଭୟଙ୍କର ରୂପ ନେଲାଣି ‘ବୁଲ୍‌ବୁଲ୍‌’

ଭୁବନେଶ୍ୱର(ଓଡ଼ିଶା ରିପୋର୍ଟର): ଅତି ଭୟଙ୍କର ରୂପ ନେଲାଣି ବାତ୍ୟା ‘ବୁଲ୍‌ବୁଲ୍‌’ । ଆଜି ସକାଳ ୫ଟା ୩୦ରେ ଏହା ଭେରି ସିଭିୟର ସାଇକ୍ଲୋନିକ୍‌ ଷର୍ମର ରୂପ ନେଇଥିବା ଭାରତୀୟ ପାଣିପାଗ ବିଭାଗ ତରଫରୁ ସୂଚନା ଦିଆଯାଇଛି।

ପାରାଦୀପଠାରୁ ପ୍ରାୟ ୩୯୦ କିମି ଦୂରରେ କେନ୍ଦ୍ରୀଭୂତ ‘ବୁଲ୍‌ବୁଲ୍‌’ ଏବେ ଘଣ୍ଟା ପ୍ରତି ୧୦ କିଲୋମିଟର ବେଗରେ ଗତି କରୁଛି । ୧୦ ତାରିଖରେ ଏହା ପଶ୍ଚିମବଙ୍ଗ ଓ ବାଂଲାଦେଶ ଉପକୂଳ ଅତିକ୍ରମ କରିବ। ଏହି ସମୟରେ ପବନର ବେଗ ଘଣ୍ଟାପ୍ରତି ୧୦୦-୧୧୦ କି.ମି. ରହିବ ବୋଲି ଭାରତୀୟ ପାଣିପାଗ ବିଭାଗ ପୂର୍ବାନୁମାନ କରିଛି।

ଅନ୍ୟପକ୍ଷରେ ବାତ୍ୟା ‘ବୁଲ୍‌ବୁଲ୍‌’ ପ୍ରଭାବରେ ଆଜିଠୁ ଉପକୂଳ ଓଡ଼ିଶାରେ ବର୍ଷା ଆରମ୍ଭ ହୋଇଯାଇଛି। ‘ବୁଲ୍‌ବୁଲ୍‌’ ପ୍ରଭାବରେ ପାରାଦୀପରେ ଆଜି ସକାଳୁ ସକାଳୁ ବର୍ଷା  ହେବା ସହ ପବନ ମଧ୍ୟ ବହୁଛି।  ସମୁଦ୍ର ଅଶାନ୍ତ ରହୁଥିବାରୁ ମତ୍ସ୍ୟଜୀବୀଙ୍କୁ ସମୁଦ୍ର ମଧ୍ୟକୁ ନ ଯିବାକୁ ଡାକବାଜି ଯନ୍ତ୍ର ଯୋଗେ ଆଲର୍ଟ କରାଯାଇଛି।



from Odisha Reporter https://ift.tt/36Kgxjf

No comments:

Post a Comment

ସ୍କୁଲ ଯାଇ ୨ ଛାତ୍ରୀ ନିଖୋଜ, ଉଦ୍ଧାର ପାଇଁ ଆକୁଳ ନିବେଦନ

ସ୍କୁଲ ଯାଇ ନିଖୋଜ ହୋଇଗଲେ ଦୁଇ ସ୍କୁଲ ଛାତ୍ରୀ।୨୪ ଘଣ୍ଟାରୁ ଊର୍ଦ୍ଧ୍ୱ ସମୟ ହେଲାଣି ସେମାନଙ୍କର ପତ୍ତା ମିଳୁ ନ ଥିବା ବେଳେ ଚାରିଆଡ଼େ ଖୋଜି ବୁଲିଛନ୍ତି ପରିବାର ଲୋକେ। ...

Post Bottom Ad

Responsive Ads Here

Pages