ଓଲଟି ପଡ଼ିଲା ବସ୍‌ - ଖାଣ୍ଟି ଖବର

ସମସ୍ତଙ୍କର ନଜର

ମୁଖ୍ୟ ଖବର

Home Top Ad

Responsive Ads Here

Post Top Ad

Responsive Ads Here

Saturday, November 30, 2019

ଓଲଟି ପଡ଼ିଲା ବସ୍‌

ନୟାଗଡ଼ (ଆର୍ତ୍ତତ୍ରାଣ ପ୍ରଧାନ): ନୟାଗଡ଼ ଜିଲ୍ଲା ନୂଆଗାଁ ଥାନା ପଞ୍ଚୁପାଣ୍ଡବ ଠାରେ ଏକ ବସ୍ ଓଲଟି ପଡ଼ିବାରୁ ୮ ଜଣ ଯାତ୍ରୀ ଆହତ ହୋଇଛନ୍ତି। ସମସ୍ତ ଆହତଙ୍କୁ ନୂଆଗାଁ ଗୋଷ୍ଠୀ ସ୍ୱାସ୍ଥ୍ୟ କେନ୍ଦ୍ରରେ ଭର୍ତ୍ତି କରାଯାଇଛି।

‘ଫ୍ରେଣ୍ଡସ’ ନାମକ ଏହି ଘରୋଇ ଯାତ୍ରୀବାହୀ ବସ୍‌ଟି ଭୁବନେଶ୍ୱରରୁ ଫୁଲବାଣୀ ଅଭିମୁଖେ ଯାଉଥିବା ବେଳେ ପଞ୍ଚୁପାଣ୍ଡବ ଠାରେ ଭାରସାମ୍ୟ ହରାଇ ଏକ ବିଦ୍ୟୁତ୍ ଖୁଣ୍ଟରେ ପିଟି ହୋଇଯାଇଥିଲା ଓ ତା’ପରେ ଓଲଟି ପଡ଼ିଥିଲା। ବସ୍‌ରେ ପ୍ରାୟ ୬୦ ଯାତ୍ରୀ ଥିବା ବେଳେ ସେମାନଙ୍କ ମଧ୍ୟରୁ ୮ ଜଣ ଆହତ ହୋଇଛନ୍ତି।

ଖବର ପାଇ ନୂଆଗାଁ ଓ ଦଶପଲ୍ଲା ପୁଲିସ୍ ଘଟଣାସ୍ଥଳରେ ପହଞ୍ଚିଥିଲା। ସେହିପରି ନୂଆଗାଁ ଦମକଳ ବାହିନୀ ବି ଘଟଣାସ୍ଥଳରେ ପହଞ୍ଚି ବସ୍‌ରେ ଫସି ରହିଥିବା ଯାତ୍ରୀଙ୍କୁ ଉଦ୍ଧାର କରିବା ସହିତ ଆହତମାନଙ୍କୁ ଡାକ୍ତରଖାନାକୁ ପଠାଇଥିଲେ।

 



from Odisha Reporter https://ift.tt/37PoFiR

No comments:

Post a Comment

ସ୍କୁଲ ଯାଇ ୨ ଛାତ୍ରୀ ନିଖୋଜ, ଉଦ୍ଧାର ପାଇଁ ଆକୁଳ ନିବେଦନ

ସ୍କୁଲ ଯାଇ ନିଖୋଜ ହୋଇଗଲେ ଦୁଇ ସ୍କୁଲ ଛାତ୍ରୀ।୨୪ ଘଣ୍ଟାରୁ ଊର୍ଦ୍ଧ୍ୱ ସମୟ ହେଲାଣି ସେମାନଙ୍କର ପତ୍ତା ମିଳୁ ନ ଥିବା ବେଳେ ଚାରିଆଡ଼େ ଖୋଜି ବୁଲିଛନ୍ତି ପରିବାର ଲୋକେ। ...

Post Bottom Ad

Responsive Ads Here

Pages