କାର୍ତ୍ତିକ ପୂର୍ଣ୍ଣିମାରେ ଡଙ୍ଗା ଭସାଇଲେ ଶ୍ରଦ୍ଧାଳୁ - ଖାଣ୍ଟି ଖବର

ସମସ୍ତଙ୍କର ନଜର

ମୁଖ୍ୟ ଖବର

Home Top Ad

Responsive Ads Here

Post Top Ad

Responsive Ads Here

Monday, November 11, 2019

କାର୍ତ୍ତିକ ପୂର୍ଣ୍ଣିମାରେ ଡଙ୍ଗା ଭସାଇଲେ ଶ୍ରଦ୍ଧାଳୁ

ପୁରୀ (ଓଡ଼ିଶା ରିପୋର୍ଟର): ଆଜି ପବିତ୍ର କାର୍ତ୍ତିକ ପୂର୍ଣ୍ଣିମା। ଏହି ଅବସରରେ ରାଜ୍ୟର ବିଭିନ୍ନ ଅଞ୍ଚଳରେ ପାଳନ ହୋଇଛି ବୋଇତ ବନ୍ଦାଣ ଉତ୍ସବ। ବଡ଼ି ଭୋରରୁ ରାଜ୍ୟର ବିଭିନ୍ନ ନଦୀ, ପୁଷ୍କରିଣୀ ଓ ମହୋଦଧୀରେ ଡଙ୍ଗା ଭସାଇଛନ୍ତି ଲୋକେ। ଏହି ସମୟରେ ଆ…କା…ମା..ବୈ, ପାନ ଗୁଆ ଥୋଇ, ଗୀତରେ ଫାଟି ପଡ଼ିଥିଲା ବିଭିନ୍ନ ଜଳାଶୟ।

କଟକର ମହାନଦୀ ଓ କାଠଯୋଡ଼ି ନଦୀରେ ଆଜି ସକାଳେ ଲୋକଙ୍କ ପ୍ରବଳ ଭିଡ଼ ଜମିଥିଲା। ଭଳି ଭଳିକି ରଙ୍ଗର ବୋଇତ ଭସାଇଥିଲେ ଲୋକେ। ବୋଇତରେ ପାନ, ଗୁଆ ଥୋଇ ପୂଜା କରିଥିଲେ ଓ ପରେ ଏହାକୁ ଭସାଇଥିଲେ।

ସେହିଭଳି ରାଜଧାନୀ ଭୁବନେଶ୍ୱରର ବିନ୍ଦୁ ସାଗର, ପୁରୀ ସମୁଦ୍ର କୂଳ ଓ ଗୋପାଳପୁର ବିଚ୍‌ରେ ମଧ୍ୟ ଭକ୍ତଙ୍କ ଭିଡ଼ ଦେଖିବାକୁ ମିଳିଥିଲା।

ପୂର୍ବେ ବ୍ୟବସାୟ ପାଇଁ ସମୁଦ୍ର ପଥରେ ବିଦେଶକୁ ଯାତ୍ରା କରୁଥିଲେ ଓଡ଼ିଆ ସାଧବ ପୁଅ। ଜାଭା, ସୁମାତ୍ରା ଓ ବାର୍ଲି ଭଳି ଅଞ୍ଚଳକୁ ଯିବା ପାଇଁ କାର୍ତ୍ତିକ ପୂର୍ଣ୍ଣିମା ଶୁଭ ଲଗ୍ନ ଥିଲା। ତେଣୁ ଓଡ଼ିଶାର ସେହି ନୌବାଣିଜ୍ୟ ପରମ୍ପରାକୁ ମନେ ପକାଇ କାର୍ତ୍ତିକ ପୂର୍ଣ୍ଣିମାରେ ଡଙ୍ଗା ଭସାଯାଏ।



from Odisha Reporter https://ift.tt/2pdpxMU

No comments:

Post a Comment

ସ୍କୁଲ ଯାଇ ୨ ଛାତ୍ରୀ ନିଖୋଜ, ଉଦ୍ଧାର ପାଇଁ ଆକୁଳ ନିବେଦନ

ସ୍କୁଲ ଯାଇ ନିଖୋଜ ହୋଇଗଲେ ଦୁଇ ସ୍କୁଲ ଛାତ୍ରୀ।୨୪ ଘଣ୍ଟାରୁ ଊର୍ଦ୍ଧ୍ୱ ସମୟ ହେଲାଣି ସେମାନଙ୍କର ପତ୍ତା ମିଳୁ ନ ଥିବା ବେଳେ ଚାରିଆଡ଼େ ଖୋଜି ବୁଲିଛନ୍ତି ପରିବାର ଲୋକେ। ...

Post Bottom Ad

Responsive Ads Here

Pages