ସ୍ମିତାରାଣୀ ମୃତ୍ୟୁ ମାମଲା: ଉତ୍ତର ରଖିଲେ ମନ୍ତ୍ରୀ - ଖାଣ୍ଟି ଖବର

ସମସ୍ତଙ୍କର ନଜର

ମୁଖ୍ୟ ଖବର

Home Top Ad

Responsive Ads Here

Post Top Ad

Responsive Ads Here

Thursday, November 14, 2019

ସ୍ମିତାରାଣୀ ମୃତ୍ୟୁ ମାମଲା: ଉତ୍ତର ରଖିଲେ ମନ୍ତ୍ରୀ

ଭୁବନେଶ୍ୱର(ଓଡ଼ିଶା ରିପୋର୍ଟର):ପୁଣି ଥରେ ବିଧାନସଭାରେ ବିରୋଧୀଙ୍କ ହଟ୍ଟଗୋଳ। ସ୍ମିତାରାଣୀ ମୃତ୍ୟୁ ମାମଲାକୁ ନେଇ ବିରୋଧୀ ଗୃହର ମଧ୍ୟ ଭାଗକୁ ଆସି ପ୍ରବଳ ହଟ୍ଟଗୋଳ କରିଛନ୍ତି। ଗୃହ କାର୍ଯ୍ୟ ଚାଲିବାରେ ଅସୁବିଧା ହେବାରୁ ବାଚସ୍ପତି ଗୃହକୁ ମୁଲତବି ଘୋଷଣା କରିଥିଲେ । ଯାଜପୁର ପିଇଓ ସ୍ମିତାରାଣୀଙ୍କ ସନ୍ଦେହଜନକ ମୃତ୍ୟୁକୁ ନେଇ ବିଧାନସଭାରେ ମୁଲତବୀ ନୋଟିସ୍ ଦେଇଛି କଂଗ୍ରେସ। ସ୍ମିତାରାଣୀଙ୍କ ସନ୍ଦେହଜନକ ମୃତ୍ୟୁକୁ ନେଇ ଆଗରୁ ହିଁ ସରକାର ଅଡ଼ୁଆରେ ପଡ଼ିଛନ୍ତି  ବିରୋଧୀ। ବାରମ୍ବାର ଅଭିଯୋଗ କରିଛନ୍ତି ଯେ, ଏହା ପଛରେ ବିଜେଡି ନେତାଙ୍କ ହାତ ଅଛି।  ବିଶେଷ କରି ସରପଞ୍ଚଙ୍କ ସ୍ୱାମୀ

ରୂପେଶ ଭଦ୍ରଙ୍କ କାର୍ଯ୍ୟକଳାପ, ତାଙ୍କର ବେଆଇନ ରଙ୍ଗମହଲ ସରକାରଙ୍କୁ ବେଶ୍ ଅସୁବିଧାରେ ପକାଇଛି। ତେବେ ପୁଣି ଗୃହ କାର୍ଯ୍ୟ ଆରମ୍ଭ ହେବା ପରେ ଏନେଇ ବିଧାନସଭାରେ ଉତ୍ତର ରଖିଛନ୍ତି ଗୃହ ରାଷ୍ଟ୍ରମନ୍ତ୍ରୀ ଦିବ୍ୟଶଙ୍କର ମିଶ୍ର। ବେକରେ ଦଉଡ଼ି ଲାଗି ଶ୍ୱାସରୁଦ୍ଧ ଯୋଗୁଁ ସ୍ମିତାରାଣୀଙ୍କ ମୃତ୍ୟୁ ଘଟିଛି।

ଶବ ବ୍ୟବଚ୍ଛେଦ ରିପୋର୍ଟରେ ସ୍ମିତାଙ୍କ ମୃତ୍ୟୁ ଆତ୍ମହତ୍ୟା ଜନିତ ଆସିଛି। ରୂପେଶ ଭଦ୍ରଙ୍କ ନାଁରେ ଯଥେଷ୍ଟ ପ୍ରମାଣ ମିଳିବାରୁ ଗିରଫ କରାଯାଇଛି। ଦଫା ୩୦୬ରେ ରୂପେଶ ଭଦ୍ରଙ୍କୁ ଗିରଫ କରାଯାଇଛି। ରୂପେଶ ଭଦ୍ର ଏବେ ଜେଲରେ, ତଦନ୍ତ ଚାଲୁ ରହିଛି ବୋଲି ମନ୍ତ୍ରୀ କହିଛନ୍ତି।



from Odisha Reporter https://ift.tt/2CK5RDj

No comments:

Post a Comment

ସ୍କୁଲ ଯାଇ ୨ ଛାତ୍ରୀ ନିଖୋଜ, ଉଦ୍ଧାର ପାଇଁ ଆକୁଳ ନିବେଦନ

ସ୍କୁଲ ଯାଇ ନିଖୋଜ ହୋଇଗଲେ ଦୁଇ ସ୍କୁଲ ଛାତ୍ରୀ।୨୪ ଘଣ୍ଟାରୁ ଊର୍ଦ୍ଧ୍ୱ ସମୟ ହେଲାଣି ସେମାନଙ୍କର ପତ୍ତା ମିଳୁ ନ ଥିବା ବେଳେ ଚାରିଆଡ଼େ ଖୋଜି ବୁଲିଛନ୍ତି ପରିବାର ଲୋକେ। ...

Post Bottom Ad

Responsive Ads Here

Pages