ଆଜି ଅଁଳା ନବମୀ: ରାଧା ପାଦ ଦର୍ଶନ ଲାଗି ଭିଡ଼ - ଖାଣ୍ଟି ଖବର

ସମସ୍ତଙ୍କର ନଜର

ମୁଖ୍ୟ ଖବର

Home Top Ad

Responsive Ads Here

Post Top Ad

Responsive Ads Here

Monday, November 4, 2019

ଆଜି ଅଁଳା ନବମୀ: ରାଧା ପାଦ ଦର୍ଶନ ଲାଗି ଭିଡ଼

ପୁରୀ(ମଧୁସୂଦନ ମିଶ୍ର): ପବିତ୍ର ଅଁଳା ନବମୀ ଅବସରରେ ପୁରୀ ଜିଲ୍ଲା ସାକ୍ଷୀଗୋପାଳ ମନ୍ଦିରରେ ଆଜି ଶ୍ରୀରାଧା ପାଦ ଦର୍ଶନ ଲାଗି ଭିଡ଼ ଜମିଛି। ଏହି ଅବସରରେ ଶ୍ରଦ୍ଧାଳୁମାନେ ଶ୍ରୀରାଧାଙ୍କୁ ଓଡ଼ିଆଣୀ ବେଶରେ ଦର୍ଶନ କରିବା ସହ ତାଙ୍କ ପାଦ ଦର୍ଶନ କରୁଛନ୍ତି  ।

ଶ୍ରୀରାଧାଙ୍କୁ ପାରମ୍ପରିକ ଗହଣା, ସୁବର୍ଣ୍ଣ କିରିଟୀ, ଦ୍ରାବିଡ଼ ଚନ୍ଦ୍ର, ମଥାମଣି, ମୟୂର ବସାଗୁଣା, ନୁଥ, ଚାପସରିଡେଉଁରିଆ, ପଣସକଣ୍ଟା, ଖଡୁ, ପାଉଁଜି, ପାଦପଦ୍ମ ଖୁଣ୍ଟିଆ ଆଦି ଲାଗି ହୋଇଛି । ରାତିରୁ ମନ୍ଦିରର ଦ୍ୱାର ଫିଟାଯାଇ ମଙ୍ଗଳ ଆଳତି, ବେଶ ମଇଲମ, ମର୍ଦ୍ଦନ, ଅବକାଶ ପରେ ସାକ୍ଷୀଗୋପାଳଙ୍କୁ ନଟବର ବେଶରେ ଏବଂ ଶ୍ରୀରାଧାଙ୍କୁ ଓଡ଼ିଆଣୀ ବେଶରେ ସଜ୍ଜିତ କରାଯାଇଛି।

ଭୋର ସମୟରୁ ବିଭିନ୍ନ ରୀତିନୀତିରେ ପୂଜାର୍ଚ୍ଚନା କରାଯାଇଛି। ପ୍ରଥମେ ସେବାୟତ ଓ ମନ୍ଦିର କର୍ମଚାରୀ ରାଧାପାଦ ଦର୍ଶନ କରିବା ପରେ ଶ୍ରଦ୍ଧାଳୁଙ୍କ ପାଇଁ ମନ୍ଦିର ସାହାଣମେଲା ହୋଇଛି । ଗର୍ଭଗୃହ ଭିତରେ ପଶି ଶ୍ରଦ୍ଧାଳୁମାନେ ମା’ଙ୍କ ପାଦ ଦର୍ଶନ କରୁଛନ୍ତି । ତେବେ ଭିଡ଼ ବଢୁଥିବାରୁ ମନ୍ଦିରରେ ସୁରକ୍ଷା ବ୍ୟବସ୍ଥା କଡ଼ାକଡ଼ି କରାଯାଇଛି।



from Odisha Reporter https://ift.tt/2pIDxOL

No comments:

Post a Comment

ସ୍କୁଲ ଯାଇ ୨ ଛାତ୍ରୀ ନିଖୋଜ, ଉଦ୍ଧାର ପାଇଁ ଆକୁଳ ନିବେଦନ

ସ୍କୁଲ ଯାଇ ନିଖୋଜ ହୋଇଗଲେ ଦୁଇ ସ୍କୁଲ ଛାତ୍ରୀ।୨୪ ଘଣ୍ଟାରୁ ଊର୍ଦ୍ଧ୍ୱ ସମୟ ହେଲାଣି ସେମାନଙ୍କର ପତ୍ତା ମିଳୁ ନ ଥିବା ବେଳେ ଚାରିଆଡ଼େ ଖୋଜି ବୁଲିଛନ୍ତି ପରିବାର ଲୋକେ। ...

Post Bottom Ad

Responsive Ads Here

Pages