ରାଜ୍ୟକୁ ନାହିଁ ବଡ଼ ବର୍ଷାର ଭୟ ! - ଖାଣ୍ଟି ଖବର

ସମସ୍ତଙ୍କର ନଜର

ମୁଖ୍ୟ ଖବର

Home Top Ad

Responsive Ads Here

Post Top Ad

Responsive Ads Here

Friday, November 1, 2019

ରାଜ୍ୟକୁ ନାହିଁ ବଡ଼ ବର୍ଷାର ଭୟ !

ଭୁବନେଶ୍ୱର(ଓଡ଼ିଶା ରିପୋର୍ଟର): ଆସନ୍ତା ୬ ତାରିଖ ପର୍ଯ୍ୟନ୍ତ ରାଜ୍ୟର କୌଣସି ସ୍ଥାନରେ ବିଶେଷ ବର୍ଷା ହେବାର ସମ୍ଭାବନା ନାହିଁ। ଆସନ୍ତା ୮ ତାରିଖ ବେଳକୁ ଉପକୂଳବର୍ତ୍ତୀ ଜିଲ୍ଲାଗୁଡ଼ିକରେ ହାଲକା ବର୍ଷା ହୋଇପାରେ। ଭୁବନେଶ୍ୱରସ୍ଥିତ ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ଆଜି ଏହି ସୂଚନା ଦିଆଯାଇଛି।

ଡ୍ୟୁଟି ଅଫିସର ଏଲ୍. ଡି. ମହାପାତ୍ର କହିଛନ୍ତି,“ ଆଜି ରାୟଗଡ଼ା, ମାଲକାନଗିରି,କୋରାପୁଟ, ନବରଙ୍ଗପୁର ଓ କଳାହାଣ୍ଡି ଜିଲ୍ଲାରେ ହାଲକା ବର୍ଷା ହୋଇପାରେ। ଆସନ୍ତାକାଲିଠାରୁ ରାଜ୍ୟର କିଛି ସ୍ଥାନରେ ହାଲକା କୁହୁଡି ଦେଖାଯାଇପାରେ।”

ସେ ଆହୁରି କହିଛନ୍ତି, “୩ ତାରିଖ ବେଳକୁ ପୂର୍ବ କେନ୍ଦ୍ରୀୟ ବଙ୍ଗୋପସାଗରରେ ଏକ ଘୂର୍ଣ୍ଣିବଳୟ ସୃଷ୍ଟି ହେବାର ସମ୍ଭାବନା ରହିଛି। ଯଦି ଏହି ଘୂର୍ଣ୍ଣିବଳୟ ଉତ୍ତର ପଶ୍ଚିମ ଆଡକୁ ମୁହାଁଏ, ତାହାହେଲେ ଓଡ଼ିଶାରେ ଅଧିକ ବର୍ଷା ହୋଇପାରେ ବୋଲି ପୂର୍ବାନୁମାନ କରାଯାଉଛି।”

 



from Odisha Reporter https://ift.tt/2qdPV9s

No comments:

Post a Comment

ସ୍କୁଲ ଯାଇ ୨ ଛାତ୍ରୀ ନିଖୋଜ, ଉଦ୍ଧାର ପାଇଁ ଆକୁଳ ନିବେଦନ

ସ୍କୁଲ ଯାଇ ନିଖୋଜ ହୋଇଗଲେ ଦୁଇ ସ୍କୁଲ ଛାତ୍ରୀ।୨୪ ଘଣ୍ଟାରୁ ଊର୍ଦ୍ଧ୍ୱ ସମୟ ହେଲାଣି ସେମାନଙ୍କର ପତ୍ତା ମିଳୁ ନ ଥିବା ବେଳେ ଚାରିଆଡ଼େ ଖୋଜି ବୁଲିଛନ୍ତି ପରିବାର ଲୋକେ। ...

Post Bottom Ad

Responsive Ads Here

Pages