ଘାଟିରୁ ୫୦ ଫୁଟ୍‌ ତଳକୁ ଖସିଲା ଟ୍ରକ୍‌ - ଖାଣ୍ଟି ଖବର

ସମସ୍ତଙ୍କର ନଜର

ମୁଖ୍ୟ ଖବର

Home Top Ad

Responsive Ads Here

Post Top Ad

Responsive Ads Here

Sunday, November 17, 2019

ଘାଟିରୁ ୫୦ ଫୁଟ୍‌ ତଳକୁ ଖସିଲା ଟ୍ରକ୍‌

ବାରିପଦା (ମାଣିକ ଲାଲ ପାଣି): ମୟୂରଭଞ୍ଜ ଜିଲ୍ଲା ବାଙ୍ଗିରିପୋଷି ଘାଟିରେ ଏକ ଟ୍ରକ୍ ଭାରସାମ୍ୟ ହରାଇ ପ୍ରାୟ ୫୦ ଫୁଟ୍ ତଳକୁ ଖସି ପଡ଼ିବାରୁ ଦୁଇ ଜଣଙ୍କର ମୃତ୍ୟୁ ଘଟିଥିବା ବେଳେ ଜଣେ ଗୁରୁତର ଆହତ ହୋଇଛନ୍ତି। ମୃତକଙ୍କ ପରିଚୟ ମିଳିପାରି ନାହିଁ। ଗୁରୁତର ଦିଲୀପ କୁମାର ଦାସଙ୍କୁ ବାରିପଦା ସ୍ଥିତ ପିଆରଏମ୍‌ ମେଡିକାଲ୍ କଲେଜକୁ ସ୍ଥାନାନ୍ତର କରାଯାଇଛି। ଦିଲୀପଙ୍କ ଘର ଛତିଶଗଡ଼ରେ ବୋଲି ଜଣାପଡ଼ିଛି।

ମିଳିଥିବା ସୂଚନା ଅନୁସାରେ, ଆଜି ସକାଳେ ଏକ ଲୁହା ବୋଝେଇ ଟ୍ରକଟି ଚଣ୍ଡୀଗଡ଼ରୁ କୋଲକାତା ଯାଉଥିଲା। ଏହି ସମୟରେ ବାଙ୍ଗିରିପୋଷି ଘାଟିରେ ଭାରସାମ୍ୟ ହରାଇ ଘାଟି ତଳକୁ ଖସି ପଡ଼ିଥିଲା। ସ୍ଥାନୀୟ ଲୋକ, ପୁଲିସ୍ ଓ ଦମକଳ ବାହିନୀ ପହଞ୍ଚି ଟ୍ରକରେ ଥିବା କର୍ମଚାରୀ ମାନଙ୍କୁ ଉଦ୍ଧାର କରିଥିଲେ।

ଟ୍ରକରେ ତିନି ଜଣ ଥିବା ବେଳେ ସେମାନଙ୍କ ମଧ୍ୟରୁ ଦୁଇ ଜଣଙ୍କର ମୃତ୍ୟୁ ଘଟିଥିଲା। ଅନ୍ୟ ଜଣେ ଗୁରୁତର ଆହତ ହୋଇଥିଲେ।

ଦୁର୍ଘଟଣାରେ ଟ୍ରକଟି ସମ୍ପୂର୍ଣ୍ଣ ଭାଙ୍ଗି ଯାଇଛି। ପୁଲିସ୍ ଘଟଣାର ତଦନ୍ତ କରୁଛି।



from Odisha Reporter https://ift.tt/2rMruRc

No comments:

Post a Comment

ସ୍କୁଲ ଯାଇ ୨ ଛାତ୍ରୀ ନିଖୋଜ, ଉଦ୍ଧାର ପାଇଁ ଆକୁଳ ନିବେଦନ

ସ୍କୁଲ ଯାଇ ନିଖୋଜ ହୋଇଗଲେ ଦୁଇ ସ୍କୁଲ ଛାତ୍ରୀ।୨୪ ଘଣ୍ଟାରୁ ଊର୍ଦ୍ଧ୍ୱ ସମୟ ହେଲାଣି ସେମାନଙ୍କର ପତ୍ତା ମିଳୁ ନ ଥିବା ବେଳେ ଚାରିଆଡ଼େ ଖୋଜି ବୁଲିଛନ୍ତି ପରିବାର ଲୋକେ। ...

Post Bottom Ad

Responsive Ads Here

Pages