ସୁପ୍ରିମକୋର୍ଟଙ୍କ ରାୟ: ବିବାଦୀୟ ଜମି ରାମ ଜନ୍ମଭୂମି ନ୍ୟାସକୁ ଦେବାକୁ ଓ ମୁସଲିମଙ୍କୁ ଅନ୍ୟତ୍ର ଜାଗା ଦେବାକୁ ନିର୍ଦ୍ଦେଶ - ଖାଣ୍ଟି ଖବର

ସମସ୍ତଙ୍କର ନଜର

ମୁଖ୍ୟ ଖବର

Home Top Ad

Responsive Ads Here

Post Top Ad

Responsive Ads Here

Friday, November 8, 2019

ସୁପ୍ରିମକୋର୍ଟଙ୍କ ରାୟ: ବିବାଦୀୟ ଜମି ରାମ ଜନ୍ମଭୂମି ନ୍ୟାସକୁ ଦେବାକୁ ଓ ମୁସଲିମଙ୍କୁ ଅନ୍ୟତ୍ର ଜାଗା ଦେବାକୁ ନିର୍ଦ୍ଦେଶ

ନୂଆଦିଲ୍ଲୀ: ଅଯୋଧ୍ୟା ମାମଲାରେ ସୁପ୍ରିମକୋର୍ଟ ଦେଇଛନ୍ତି ବଡ଼ ନିର୍ଦ୍ଦେଶ। ବିବାଦୀୟ ଜମିକୁ ରାମ ଜନ୍ମଭୂମି ନ୍ୟାସକୁ ଦେବାକୁ ନିର୍ଦ୍ଦେଶ ଦେବା ସହିତ ମୁସଲିମଙ୍କୁ ଅନ୍ୟତ୍ର ଜାଗା ଦେବାକୁ ସୁପ୍ରିମକୋର୍ଟଙ୍କ ନିର୍ଦ୍ଦେଶ ଦେଇଛନ୍ତି। ଅଯୋଧ୍ୟାର ଏକ ପ୍ରମୁଖ ସ୍ଥାନରେ ୫ ଏକର ଜମି ଦେବାକୁ କୋର୍ଟ ନିର୍ଦ୍ଦେଶ ଦେଇଛନ୍ତି। ସୁନ୍ନି ଓ୍ୱାକଫ ବୋର୍ଡକୁ ୫ ଏକର ଜମି ଦେବାକୁ ନିର୍ଦ୍ଦେଶ ଦେବା ସହିତ ଜମିର ମାଲିକାନା ସତ୍ତ୍ୱ ଟ୍ରଷ୍ଟକୁ ଦେବାକୁ କହିଛନ୍ତି। ଏହାସହିତ ମନ୍ଦିର ନିର୍ମାଣ ପାଇଁ ମଧ୍ୟ ଟ୍ରଷ୍ଟ ତିଆରି କରିବାକୁ କୋର୍ଟ ନିର୍ଦ୍ଦେଶ ଦେଇଛନ୍ତି। ଆଉ ୩ ମାସ ଭିତରେ ଯୋଜନା ପ୍ରସ୍ତୁତ କରିବାକୁ କୋର୍ଟ କେନ୍ଦ୍ର ସରକାରଙ୍କୁ ନିର୍ଦ୍ଦେଶ ଦେଇଛନ୍ତି।

ସୁପ୍ରିମକୋର୍ଟର ପ୍ରଧାନ ବିଚାରପତି ଜଷ୍ଟିସ ରଞ୍ଜନ ଗୋଗୋଇଙ୍କ ଅଧ୍ୟକ୍ଷତାରେ ଏକ ପାଞ୍ଚ ଜଣିଆ ଖଣ୍ଡପୀଠ ଆଜି ଏହି ରାୟ ଦେଇ କହିଛନ୍ତି, ବାବ୍ରି ମସଜିଦ୍ ଖାଲି ଜମିରେ ତିଆରି ହୋଇନାହିଁ। ପ୍ରତ୍ନତତ୍ତ୍ୱର ରିପୋର୍ଟ ଆଧାରରେ ଦ୍ୱାଦଶ ଶତାବ୍ଦୀରେ ଏଠାରେ ମନ୍ଦିର ଥିଲା। ଏହାପରେ ଦ୍ୱାଦଶ ଶତାବ୍ଦୀରୁ ଷୋଡ଼ଶ ଶତାବ୍ଦୀ ମଧ୍ୟରେ କୌଣସି ତଥ୍ୟ ମିଳିନାହିଁ। ହିନ୍ଦୁ ମାନଙ୍କ ବିଶ୍ୱାସକୁ ଅଣଦେଖା କରାଯାଇ ପାରିବ ନାହିଁ। ଅଯୋଧ୍ୟା ଭଗବାନ ରାମଙ୍କ ଜନ୍ମଭୂମି ବୋଲି ହିନ୍ଦୁ ମାନଙ୍କର ବିଶ୍ୱାସ ରହିଛି। ତେବେ କୌଣସି ଆସ୍ଥା ଓ ବିଶ୍ୱାସକୁ ନେଇ କୋର୍ଟ ରାୟ ଦେବେ ନାହିଁ। ଆଇନ ଅନୁଯାୟୀ ଜମି ବିବାଦର ମାଲିକାନା ବିଚାର କରାଯିବ। ମୁସଲିମ୍ ମାନେ ଜମି ଉପରେ ଏକାକୀ ମାଲିକନା ଜାହିର କରିପାରିବେନି। ଇଂରେଜ ଅମଳରେ ସେଠାରେ ନମାଜ ପାଠ କରାଯାଉଥିବାର ପ୍ରମାଣ ନାହିଁ।

ସେହିପରି ସିଆ ୱାକଫ ବୋର୍ଡର ଆବେଦନ ମଧ୍ୟ ଖାରଜ ହୋଇଛି। ସର୍ବସମ୍ମତି କ୍ରମେ ସିଆ ୱାକଫ ବୋର୍ଡର ଆବେଦନ ଆବେଦନ ଖାରଜ ହୋଇଛି। ବାବରଙ୍କ ସମୟରେ ହିଁ ମୀର ବାକି ଏହି ମସଜିଦ୍ ତିଆରି କରିଥିଲେ ବୋଲି ସୁପ୍ରିମକୋର୍ଟ କହିଛନ୍ତି। ସେହିପରି ନିର୍ମୋହି ଆଖଡ଼ାର ଆବେଦନ ମଧ୍ୟ ଖାରଜ ହୋଇଛି। ନିର୍ମୋହି ଆଖଡ଼ା ନିଜକୁ ସେବାୟତ ପାଇଁ ଦାବି କରୁଥିଲା। ତେବେ କୋର୍ଟ ସ୍ପଷ୍ଟ ଭାବେ କହିଛନ୍ତି ଯେ, ନିର୍ମୋହି ଆଖଡ଼ା ସେବାୟତ ନୁହନ୍ତି।

ସୂଚନାଯୋଗ୍ୟ, ୬ ଅଗଷ୍ଟରୁ ସୁପ୍ରିମକୋର୍ଟ ଏହି ମାମଲାରେ ଲଗାତାର ୪୦ ଦିନ ଧରି ଶୁଣାଣି କରିଥିଲେ। ଅକ୍ଟୋବର ୧୬ରେ ଶୁଣାଣି ଶେଷ କରି ରାୟ ସଂରକ୍ଷିତ ରଖିଥିଲେ। ଆଉ ଏବେ ୯୬ ଦିନ ପରେ ସୁପ୍ରିମକୋର୍ଟ ରାୟ ଶୁଣାଣି କରୁଛନ୍ତି।

ପ୍ରଧାନ ବିଚାରପତି ଜଷ୍ଟିସ୍‌ ରଞ୍ଜନ ଗୋଗୋଇଙ୍କ ବ୍ୟତୀତ ଜଷ୍ଟିସ୍‌ ଏସ୍‌ଏ ବୋବ୍‌ଡେ(ଆଗାମୀ ପ୍ରଧାନ ବିଚାରପତି), ଡିୱାଇ ଚନ୍ଦ୍ରଚୂଡ଼, ଜଷ୍ଟିସ୍‌ ଅଶୋକ ଭୂଷଣ ଏବଂ ଜଷ୍ଟିସ୍‌ ଏସ୍‌ ଅବ୍ଦୁଲ ନାଜୀର ଏହି ମାମଲାର ଶୁଣାଣି କରୁଛନ୍ତି।

ଏହା ପୂର୍ବରୁ ଆହ୍ଲାବାଦ ହାଇକୋର୍ଟ ଅଯୋଧ୍ୟା ମାମଲାରେ ୨୦୧୦ରେ ଏକ ରାୟ ଦେଇଥିଲେ। ୩ ଜଣିଆ ଖଣ୍ଡପୀଠ ଏହି ମାମଲାର ରାୟ ଶୁଣାଇଥିଲେ। ବିବାଦୀୟ ୨.୭୭ ଏକର ଜମିକୁ କୋର୍ଟ ସୁନ୍ନି ୱାକଫ ବୋର୍ଡ, ନିର୍ମୋହି ଆଖଡ଼ା ଓ ରାମ ଲଲ୍ଲାଙ୍କ ମଧ୍ୟରେ ସମାନ ୩ ଭାଗରେ ବାଣ୍ଟି ଦେବାକୁ ନିର୍ଦ୍ଦେଶ ଦେଇଥିଲେ। ଏହାପରେ ସୁପ୍ରିମକୋର୍ଟରେ ଆହ୍ଲାବାଦ ହାଇକୋର୍ଟଙ୍କ ରାୟକୁ ଚ୍ୟାଲେଞ୍ଜ କରାଯାଇଥିଲା। ଏହାପରେ ସୁପ୍ରିମକୋର୍ଟ ୨୦୧୧ରେ ଆହ୍ଲାବାଦ ହାଇକୋର୍ଟଙ୍କ ରାୟ ଉପରେ ରୋକ ଲଗାଇଥିଲେ।



from Odisha Reporter https://ift.tt/36M8nqz

No comments:

Post a Comment

ସ୍କୁଲ ଯାଇ ୨ ଛାତ୍ରୀ ନିଖୋଜ, ଉଦ୍ଧାର ପାଇଁ ଆକୁଳ ନିବେଦନ

ସ୍କୁଲ ଯାଇ ନିଖୋଜ ହୋଇଗଲେ ଦୁଇ ସ୍କୁଲ ଛାତ୍ରୀ।୨୪ ଘଣ୍ଟାରୁ ଊର୍ଦ୍ଧ୍ୱ ସମୟ ହେଲାଣି ସେମାନଙ୍କର ପତ୍ତା ମିଳୁ ନ ଥିବା ବେଳେ ଚାରିଆଡ଼େ ଖୋଜି ବୁଲିଛନ୍ତି ପରିବାର ଲୋକେ। ...

Post Bottom Ad

Responsive Ads Here

Pages