ଢାବା ପରିସରରୁ ରକ୍ତ ଜୁଡ଼ୁବୁଡ଼ୁ ମୃତଦେହ ଉଦ୍ଧାର - ଖାଣ୍ଟି ଖବର

ସମସ୍ତଙ୍କର ନଜର

ମୁଖ୍ୟ ଖବର

Home Top Ad

Responsive Ads Here

Post Top Ad

Responsive Ads Here

Saturday, November 23, 2019

ଢାବା ପରିସରରୁ ରକ୍ତ ଜୁଡ଼ୁବୁଡ଼ୁ ମୃତଦେହ ଉଦ୍ଧାର

ବ୍ରହ୍ମପୁର (ଜଗନ୍ନାଥ ସାହୁ): ଗଞ୍ଜାମ ଜିଲ୍ଲା ଗୋଳନ୍ଥରା ଥାନା ଅନ୍ତର୍ଗତ ଗୋବିନ୍ଦନଗର ନିକଟରେ ଥିବା ଏକ ଢାବା ପରିସରରୁ ଜଣେ ଯୁବକଙ୍କ ରକ୍ତ ଜୁଡ଼ୁବୁଡ଼ୁ ମୃତଦେହ ଉଦ୍ଧାର କରାଯାଇଛି। ତାଙ୍କ ମୁଣ୍ଡରେ ଗଭୀର ଆଘାତ ଲାଗିଛି। ତେବେ ତାଙ୍କ ପରିଚୟ ମିଳିନାହିଁ।

ଆଜି ସକାଳେ ଢାବା କର୍ମଚାରୀମାନେ ପ୍ରଥମେ ଏହି ମୃତଦେହକୁ ଠାବ କରିଥିଲେ। ଢାବା ବାହାରେ ପଡ଼ିଥିବା ଏକ କାଠ ଖଟ ଉପରେ ମୃତଦେହଟି ପଡ଼ିଥିଲା। ଖଟ ଓ ଚଟାଣରେ ରକ୍ତ ପଡ଼ିଥିଲା।

ଢାବା କର୍ମଚାରୀମାନେ ଏ ନେଇ ପୁଲିସ୍‌କୁ ଖବର ଦେଇଥିଲେ। ପୁଲିସ୍‌ ଘଟଣାସ୍ଥଳରେ ପହଞ୍ଚି ମୃତଦେହ ଉଦ୍ଧାର କରି ବ୍ୟବଚ୍ଛେଦ ପାଇଁ ପଠାଇଛି ଓ ଘଟଣା ତଦନ୍ତ କରୁଛି।



from Odisha Reporter https://ift.tt/34jbS64

No comments:

Post a Comment

ସ୍କୁଲ ଯାଇ ୨ ଛାତ୍ରୀ ନିଖୋଜ, ଉଦ୍ଧାର ପାଇଁ ଆକୁଳ ନିବେଦନ

ସ୍କୁଲ ଯାଇ ନିଖୋଜ ହୋଇଗଲେ ଦୁଇ ସ୍କୁଲ ଛାତ୍ରୀ।୨୪ ଘଣ୍ଟାରୁ ଊର୍ଦ୍ଧ୍ୱ ସମୟ ହେଲାଣି ସେମାନଙ୍କର ପତ୍ତା ମିଳୁ ନ ଥିବା ବେଳେ ଚାରିଆଡ଼େ ଖୋଜି ବୁଲିଛନ୍ତି ପରିବାର ଲୋକେ। ...

Post Bottom Ad

Responsive Ads Here

Pages