ପୋଡ଼ି ହୋଇ ଶ୍ୱଶୁର-ବୋହୂ ଗୁରୁତର - ଖାଣ୍ଟି ଖବର

ସମସ୍ତଙ୍କର ନଜର

ମୁଖ୍ୟ ଖବର

Home Top Ad

Responsive Ads Here

Post Top Ad

Responsive Ads Here

Thursday, November 28, 2019

ପୋଡ଼ି ହୋଇ ଶ୍ୱଶୁର-ବୋହୂ ଗୁରୁତର

ଆନନ୍ଦପୁର(ମୁନା ସିଂ): କେନ୍ଦୁଝର ଜିଲ୍ଲା ରାମଚନ୍ଦ୍ରପୁର ଥାନା ଅନ୍ତର୍ଗତ କଡ଼ରାପାଳ ଗାଁରେ ଗ୍ୟାସ ନିଆଁରେ ପୋଡ଼ି ହୋଇ ଶ୍ୱଶୁର-ବୋହୂ ଗୁରୁତର ହୋଇଛନ୍ତି। ସେମାନଙ୍କୁ ଉଦ୍ଧାର କରିବାକୁ ଯାଇ ମହିଳାଙ୍କ ଦିଅର ମଧ୍ୟ ଆହତ ହୋଇଛନ୍ତି।

ସୂଚନା ଅନୁସାରେ, ଗତକାଲି ସନ୍ଧ୍ୟାରେ ସଞ୍ଜିବନୀ ବାରିକ ନାମ୍ନୀ ମହିଳା ଚା’ କରୁଥିବା ବେଳେ ହଠାତ୍‌ ଗ୍ୟାସ୍‌ ଚୁଲାରୁ ନିଆଁ ତାଙ୍କ ଦେହରେ ଲାଗିଯାଇଥିଲା। ତେବେ ସଞ୍ଜିବନୀଙ୍କ ଦେହରେ ନିଆଁ ଲାଗିଥିବା ଦେଖି ତାଙ୍କ ଶ୍ୱଶୁର ନରୋତ୍ତମ ଉଦ୍ଧାର କରିବାକୁ ଯାଇ ସେ ମଧ୍ୟ ଗୁରୁତର ହୋଇଛନ୍ତି। ଏହି ଘଟଣାରେ ସଞ୍ଜିବନୀଙ୍କ ଦିଅର ନାରାୟଣ ମଧ୍ୟ ସାମାନ୍ୟ ଆହତ ହୋଇଛନ୍ତି। ସମସ୍ତଙ୍କୁ ଆନନ୍ଦପୁର ଚିକିତ୍ସାଳୟରେ ଭର୍ତ୍ତି କରାଯାଇଥିଲା।

ସଞ୍ଜିବନୀଙ୍କ ଅବସ୍ଥା ସଙ୍କଟାପନ୍ନ ହେବାରୁ କଟକ ବଡ଼ ମେଡିକାଲକୁ ସ୍ଥାନାନ୍ତର କରାଯାଇଛି। ସଞ୍ଜିବନୀଙ୍କ ଶରୀରର ପ୍ରାୟ ୭୦ ଭାଗରୁ ଅଧିକ ପୋଡ଼ି ଯାଇଥିବା ବେଳେ  ନରୋତ୍ତମ ପ୍ରାୟ ୩୦ ପ୍ରତିଶତରୁ ଅଧିକ ପୋଡ଼ି ହୋଇ ଯାଇଥିବା ଜଣାପଡ଼ିଛି।



from Odisha Reporter https://ift.tt/2OVTw4G

No comments:

Post a Comment

ସ୍କୁଲ ଯାଇ ୨ ଛାତ୍ରୀ ନିଖୋଜ, ଉଦ୍ଧାର ପାଇଁ ଆକୁଳ ନିବେଦନ

ସ୍କୁଲ ଯାଇ ନିଖୋଜ ହୋଇଗଲେ ଦୁଇ ସ୍କୁଲ ଛାତ୍ରୀ।୨୪ ଘଣ୍ଟାରୁ ଊର୍ଦ୍ଧ୍ୱ ସମୟ ହେଲାଣି ସେମାନଙ୍କର ପତ୍ତା ମିଳୁ ନ ଥିବା ବେଳେ ଚାରିଆଡ଼େ ଖୋଜି ବୁଲିଛନ୍ତି ପରିବାର ଲୋକେ। ...

Post Bottom Ad

Responsive Ads Here

Pages