୫ରେ ସବୁ ଜିଲ୍ଲାପାଳ ଅଫିସ୍ ସମ୍ମୁଖରେ ବିକ୍ଷୋଭ କରିବ ବିଜେପି ମହିଳା ମୋର୍ଚ୍ଚା - ଖାଣ୍ଟି ଖବର

ସମସ୍ତଙ୍କର ନଜର

ମୁଖ୍ୟ ଖବର

Home Top Ad

Responsive Ads Here

Post Top Ad

Responsive Ads Here

Sunday, November 3, 2019

୫ରେ ସବୁ ଜିଲ୍ଲାପାଳ ଅଫିସ୍ ସମ୍ମୁଖରେ ବିକ୍ଷୋଭ କରିବ ବିଜେପି ମହିଳା ମୋର୍ଚ୍ଚା

ଭୁବନେଶ୍ୱର(ଓଡ଼ିଶା ରିପୋର୍ଟର): ଯାଜପୁର ଜିଲ୍ଲା ହରିଦାସପୁର ପିଇଓ ସ୍ମିତାରାଣୀ ବିଶ୍ୱାଳଙ୍କ ମୃତ୍ୟୁ ଘଟଣାକୁ ନେଇ ବିଜେପି ମହିଳା ମୋର୍ଚ୍ଚା ସାରା ରାଜ୍ୟରେ ବିକ୍ଷୋଭ କରିବ। ଆସନ୍ତା ୫ ତାରିଖ ଦିନ ସବୁ ଜିଲ୍ଲାର ଜିଲ୍ଲାପାଳଙ୍କ ଅଫିସ୍ ସମ୍ମୁଖରେ ମହିଳା ମୋର୍ଚ୍ଚା ବିକ୍ଷୋଭ କରିବ। ଆଜି ଭୁବନେଶ୍ୱରରେ ଏକ ସାମ୍ୱାଦିକ ସମ୍ମିଳନୀରେ ବିଜେପି ମହିଳା ମୋର୍ଚ୍ଚାର ରାଜ୍ୟ ସଭାନେତ୍ରୀ ପ୍ରଭାତି ପରିଡ଼ା ଏହି ସୂଚନା ଦେଇଛନ୍ତି।

ସେ କହିଛନ୍ତି, “ଦୁଇ ସପ୍ତାହରୁ ଅଧିକ ଦିନ ବିତିଗଲା ପରେ ବି ସ୍ମିତାରାଣୀଙ୍କ ମୃତ୍ୟୁକୁ ନେଇ ଅସଲ ତଥ୍ୟ ସାମ୍ନାକୁ ଆସିନି। ଏବେ ବି ପୁଲିସ୍ ଅଭିଯୁକ୍ତଙ୍କୁ ଘଣ୍ଟ ଘୋଡ଼ାଉଛି। ଯାଜପୁର ଏସ୍‌ପି ଚରଣ ସିଂହ ମୀନା ସ୍ମିତାରାଣୀଙ୍କ ବିରୋଧରେ ଦେଇଥିବା ମନ୍ତବ୍ୟ ଅତ୍ୟନ୍ତ ନିନ୍ଦନୀୟ।  ତାଙ୍କ ବିରୋଧରେ କାର୍ଯ୍ୟାନୁଷ୍ଠାନ ନିଆଯାଉ।”



from Odisha Reporter https://ift.tt/2NblMAH

No comments:

Post a Comment

ସ୍କୁଲ ଯାଇ ୨ ଛାତ୍ରୀ ନିଖୋଜ, ଉଦ୍ଧାର ପାଇଁ ଆକୁଳ ନିବେଦନ

ସ୍କୁଲ ଯାଇ ନିଖୋଜ ହୋଇଗଲେ ଦୁଇ ସ୍କୁଲ ଛାତ୍ରୀ।୨୪ ଘଣ୍ଟାରୁ ଊର୍ଦ୍ଧ୍ୱ ସମୟ ହେଲାଣି ସେମାନଙ୍କର ପତ୍ତା ମିଳୁ ନ ଥିବା ବେଳେ ଚାରିଆଡ଼େ ଖୋଜି ବୁଲିଛନ୍ତି ପରିବାର ଲୋକେ। ...

Post Bottom Ad

Responsive Ads Here

Pages