ଟ୍ରକ୍‌ ପଛପଟେ ପିଟିହେଲା ତୀର୍ଥଯାତ୍ରୀ ଗାଡ଼ି - ଖାଣ୍ଟି ଖବର

ସମସ୍ତଙ୍କର ନଜର

ମୁଖ୍ୟ ଖବର

Home Top Ad

Responsive Ads Here

Post Top Ad

Responsive Ads Here

Thursday, November 14, 2019

 ଟ୍ରକ୍‌ ପଛପଟେ ପିଟିହେଲା ତୀର୍ଥଯାତ୍ରୀ ଗାଡ଼ି

ସୋର(ଶଶିକାନ୍ତ ବେହେରା): ବାଲେଶ୍ୱର ଜିଲ୍ଲା ସୋର ଥାନା ଅନ୍ତର୍ଗତ ତଳନଗର ନିକଟରେ ଏକ  ତୀର୍ଥଯାତ୍ରୀ ଗାଡ଼ି  ରାସ୍ତା କଡ଼ରେ ଠିଆ ହୋଇଥିବା ଟ୍ରକ୍‌ ପଛପଟକୁ ଧକ୍କା ଦେବାରୁ  ୯ ଜଣ ଯାତ୍ରୀ ଆହତ ହୋଇଛନ୍ତି। ସେମାନଙ୍କ ମଧ୍ୟରୁ  ୩ ଜଣଙ୍କ ଅବସ୍ଥା ଗୁରୁତର ରହିଛି। ସେମାନଙ୍କୁ ବାଲେଶ୍ୱର ଡାକ୍ତରଖାନାକୁ ସ୍ଥାନାନ୍ତର କରାଯାଇଛି।

ସୂଚନା ଅନୁସାରେ, ଆଜି ଭୋର ପ୍ରାୟ ୩ଟା ବେଳେ ଏହି ଦୁର୍ଘଟଣା ଘଟିଛି। ଗୁଜୁରାଟ ଆରବାଲି ଜିଲ୍ଲାରୁ ୯ ଜଣ ଯାତ୍ରୀ ଏକ ୱିଙ୍ଗରରେ ପୁରୀ ଯାଉଥିଲେ। ଏହି ସମୟରେ ତାଳନଗର ନିକଟରେ ଡ୍ରାଇଭରକୁ ନିଦ ଲାଗି ଯିବାରୁ ରାସ୍ତା କଡ଼ରେ ଛିଡ଼ା ହୋଇଥିବା ଗୋଟିଏ ଟ୍ରକ୍‌ ପଛରେ ପିଟି ହୋଇଥିଲା। ଏଥିଯୋଗୁ ଗାଡ଼ିରେ ଥିବା ୯ ଜଣ ଆହତ ହୋଇଥିଲେ।

ସ୍ଥାନୀୟ ଲୋକେ ସେମାନଙ୍କୁ ଉଦ୍ଧାର କରି ସୋର ଗୋଷ୍ଠୀ ସ୍ୱାସ୍ଥ୍ୟକେନ୍ଦ୍ରରେ ଭର୍ତ୍ତି କରିଥିଲେ। ସେମାନଙ୍କ ମଧ୍ୟରୁ ୩ ଜଣଙ୍କ ଅବସ୍ଥା ଗୁରୁତର ହେବାରୁ ବାଲେଶ୍ୱର ଡାକ୍ତରଖାନାକୁ ସ୍ଥାନାନ୍ତର କରାଯାଇଛି। ସୋର ପୁଲିସ୍ ଘଟଣାସ୍ଥଳରେ ପହଞ୍ଚି ତଦନ୍ତ ଆରମ୍ଭ କରିଛି।



from Odisha Reporter https://ift.tt/2XhfF0Y

No comments:

Post a Comment

ସ୍କୁଲ ଯାଇ ୨ ଛାତ୍ରୀ ନିଖୋଜ, ଉଦ୍ଧାର ପାଇଁ ଆକୁଳ ନିବେଦନ

ସ୍କୁଲ ଯାଇ ନିଖୋଜ ହୋଇଗଲେ ଦୁଇ ସ୍କୁଲ ଛାତ୍ରୀ।୨୪ ଘଣ୍ଟାରୁ ଊର୍ଦ୍ଧ୍ୱ ସମୟ ହେଲାଣି ସେମାନଙ୍କର ପତ୍ତା ମିଳୁ ନ ଥିବା ବେଳେ ଚାରିଆଡ଼େ ଖୋଜି ବୁଲିଛନ୍ତି ପରିବାର ଲୋକେ। ...

Post Bottom Ad

Responsive Ads Here

Pages