ଗଭୀର ଅବପାତରେ ପରିଣତ ହେଲା ‘ବୁଲ୍‌ବୁଲ୍’ - ଖାଣ୍ଟି ଖବର

ସମସ୍ତଙ୍କର ନଜର

ମୁଖ୍ୟ ଖବର

Home Top Ad

Responsive Ads Here

Post Top Ad

Responsive Ads Here

Tuesday, November 5, 2019

ଗଭୀର ଅବପାତରେ ପରିଣତ ହେଲା ‘ବୁଲ୍‌ବୁଲ୍’

ଭୁବନେଶ୍ୱର(ଓଡ଼ିଶା ରିପୋର୍ଟର): ପୂର୍ବ-କେନ୍ଦ୍ରୀୟ ବଙ୍ଗୋପସାଗରେ ସୃଷ୍ଟ ଲଘୁଚାପ ‘ବୁଲ୍‌ବୁଲ୍’ ଗଭୀର ଅବପାତରେ ପରିଣତ ହୋଇଛି। ଏହା ଘଣ୍ଟାକୁ ୯ କି.ମି. ବେଗରେ ଉତ୍ତର-ପଶ୍ଚିମ ଦିଗକୁ ଗତି କରୁଛି। ଭାରତୀୟ ପାଣିପାଗ ବିଜ୍ଞାନ କେନ୍ଦ୍ରର ମହାନିର୍ଦ୍ଦେଶକ ମୃତ୍ୟୁଞ୍ଜୟ ମହାପାତ୍ର ଆଜି ଏହି ସୂଚନା ଦେଇଛନ୍ତି।

ସେ କହିଛନ୍ତି,“ବର୍ତ୍ତମାନ ଏହା ପାରାଦୀପ ଠାରୁ ୮୧୦ କିଲୋମିଟର ଦୂରରେ ରହିଛି। ଆସନ୍ତା ୨୪ ଘଣ୍ଟା ମଧ୍ୟରେ ବାତ୍ୟାର ରୂପ ନେବ। ପରେ ଉତ୍ତର-ପଶ୍ଚିମ ଦିଗକୁ ଗତି କରିବ। ଏହାପରେ ୯ତାରିଖ ପର୍ଯ୍ୟନ୍ତ ସମୁଦ୍ରରେ ଭିତରେ ରହି ଘନୀଭୂତ ହେବ।”

ମୃତ୍ୟୁଞ୍ଜୟ ମହାପାତ୍ର ଆହୁରି କହିଛନ୍ତି,“ ଏହା ଓଡ଼ିଶା ଉପକୂଳ ଛୁଇଁବାର କୌଣସି ପୂର୍ବାନୁମାନ କରାଯାଇ ନାହିଁ। ଉତ୍ତର ଓଡ଼ିଶା, ପଶ୍ଚିମବଙ୍ଗ ଓ ବାଂଲାଦେଶ ଆଡକୁ ଏହା ମୁହାଁଉଛି। କିନ୍ତୁ ଏହା କେଉଁ ଉପକୂଳ ଦେଇ ଅତିକ୍ରମ କରିବ ତାହା ସ୍ପଷ୍ଟ ହୋଇନାହିଁ। ତେବେ ଏହା ପ୍ରଭାବରେ ୮ ତାରିଖ ସନ୍ଧ୍ୟାଠାରୁ ଉପକୂଳ ଜିଲ୍ଲାଗୁଡ଼ିକରେ ପବନର ବେଗ ୪୦ରୁ ୫୦ କି.ମି. ରହିବ। ୯ ଓ ୧୦ ତାରିଖ ବେଳକୁ ଉତ୍ତର ଓଡ଼ିଶା ଉପକୂଳବର୍ତ୍ତୀ ଜିଲ୍ଲାଗୁଡ଼ିକରେ ସ୍ୱଳ୍ପରୁ ମଧ୍ୟମ ଧରଣର ବର୍ଷା ହେବାର ଅନୁମାନ କରାଯାଉଛି।”

ଏହା ପ୍ରଭାବରେ  ୮ ତାରିଖ ବେଳକୁ ସମୁଦ୍ର ଅଶାନ୍ତ ରହିବ। ସେହି ସମୟରେ ମତ୍ସ୍ୟଜୀବୀମାନେ ସମୁଦ୍ରକୁ ଯିବା ଉଚିତ ନୁହେଁ। ଯେଉଁମାନେ ସମୁଦ୍ରକୁ ଯାଇଛନ୍ତି, ସେମାନେ ଫେରି ଆସିବା ଦରକାର ବୋଲି ଭାରତୀୟ ପାଣିପାଗ ବିଜ୍ଞାନ କେନ୍ଦ୍ରର ମହାନିର୍ଦ୍ଦେଶକ କହିଛନ୍ତି।



from Odisha Reporter https://ift.tt/2WQYbsq

No comments:

Post a Comment

ସ୍କୁଲ ଯାଇ ୨ ଛାତ୍ରୀ ନିଖୋଜ, ଉଦ୍ଧାର ପାଇଁ ଆକୁଳ ନିବେଦନ

ସ୍କୁଲ ଯାଇ ନିଖୋଜ ହୋଇଗଲେ ଦୁଇ ସ୍କୁଲ ଛାତ୍ରୀ।୨୪ ଘଣ୍ଟାରୁ ଊର୍ଦ୍ଧ୍ୱ ସମୟ ହେଲାଣି ସେମାନଙ୍କର ପତ୍ତା ମିଳୁ ନ ଥିବା ବେଳେ ଚାରିଆଡ଼େ ଖୋଜି ବୁଲିଛନ୍ତି ପରିବାର ଲୋକେ। ...

Post Bottom Ad

Responsive Ads Here

Pages