ଭୟାବହ ଅଗ୍ନିକାଣ୍ଡ; ୨୧ ବଖରା ପାଉଁଶ - ଖାଣ୍ଟି ଖବର

ସମସ୍ତଙ୍କର ନଜର

ମୁଖ୍ୟ ଖବର

Home Top Ad

Responsive Ads Here

Post Top Ad

Responsive Ads Here

Monday, November 11, 2019

ଭୟାବହ ଅଗ୍ନିକାଣ୍ଡ; ୨୧ ବଖରା ପାଉଁଶ

ପିପିଲି (ଦ୍ୱିତୀକୃଷ୍ଣ ପଟ୍ଟନାୟକ): ପୁରୀ ଜିଲ୍ଲା ଡେଲାଙ୍ଗ ବ୍ଳକ୍‌ ଅନ୍ତର୍ଗତ ମାଛପଡ଼ା ଗାଁରେ ଗତକାଲି ବିଳମ୍ବିତ ରାତିରେ ଭୟାବହ ଅଗ୍ନିକାଣ୍ଡ ଘଟିଛି। ଏଥିରେ ୧୧ଟି ପରିବାରର ୨୧ ବଖରା ଘର ପୋଡ଼ି ପାଉଁଶ ହୋଇଯାଇଛି। ନିଆଁରେ ଲୋକଙ୍କ ଧାନ, ଚାଉଳ, ବିରି, ମୁଗ ସହିତ ଆସବାବପତ୍ର ଓ ଟଙ୍କା ପଇସା ଜଳି ପାଉଁଶ ହୋଇଯାଇଛି।

ଅଗ୍ନିଶମ କର୍ମଚାରୀମାନେ ପ୍ରାୟ ୫ଘଣ୍ଟା ପରିଶ୍ରମ କରିବା ପରେ ନିଆଁକୁ ଆୟତ୍ତ କରିଥିଲେ। ଅଗ୍ନିକାଣ୍ଡର କାରଣ ଜଣାପଡ଼ି ନଥିବା ବେଳେ ପୂର୍ବ ଶତ୍ରୁତାକୁ କେନ୍ଦ୍ର କରି କେହି ଦୁର୍ବୃତ୍ତ ନିଆଁ ଲଗାଇ ଦେଇଥିବା ଗ୍ରାମବାସୀମାନେ ଡେଲାଙ୍ଗ ଥାନାରେ ଅଭିଯୋଗ କରିଛନ୍ତି। ଏହା ପରେ ପୁଲିସ୍‌ ଜଣେ ବ୍ୟକ୍ତିଙ୍କୁ ଅଟକ ରଖି ପଚରାଉଚରା କରୁଛି।



from Odisha Reporter https://ift.tt/2rB07cT

No comments:

Post a Comment

ସ୍କୁଲ ଯାଇ ୨ ଛାତ୍ରୀ ନିଖୋଜ, ଉଦ୍ଧାର ପାଇଁ ଆକୁଳ ନିବେଦନ

ସ୍କୁଲ ଯାଇ ନିଖୋଜ ହୋଇଗଲେ ଦୁଇ ସ୍କୁଲ ଛାତ୍ରୀ।୨୪ ଘଣ୍ଟାରୁ ଊର୍ଦ୍ଧ୍ୱ ସମୟ ହେଲାଣି ସେମାନଙ୍କର ପତ୍ତା ମିଳୁ ନ ଥିବା ବେଳେ ଚାରିଆଡ଼େ ଖୋଜି ବୁଲିଛନ୍ତି ପରିବାର ଲୋକେ। ...

Post Bottom Ad

Responsive Ads Here

Pages