ଏହି ସମୟରେ ଧର୍ମଶାଳା ବ୍ଲକ୍ ବିଡିଓ ଓ ସ୍ମିତାରାଣୀଙ୍କ ସ୍ୱାମୀ ମଧ୍ୟ ଉପସ୍ଥିତ ଥିଲେ। ଲକର୍ ଭିତରୁ ମିଳିଥିବା ବିଭିନ୍ନ କାଗଜପତ୍ରର ଯାଞ୍ଚ କରାଯାଉଛି।
ସୂଚନାଥାଉ କି, ଗତ ମାସ ୧୬ ତାରିଖରେ ହରିଦାସପୁର ସରପଞ୍ଚଙ୍କ ସ୍ୱାମୀଙ୍କ ଗେଷ୍ଟ ହାଉସ୍ରେ ପିଇଓ ସ୍ମିତାରାଣୀଙ୍କର ସନ୍ଦେହଜନକ ମୃତ୍ୟୁ ହୋଇଥିଲା।ସ୍ମିତାରାଣୀଙ୍କ ମୃତ୍ୟୁର ସିବିଆଇ ତଦନ୍ତ ଦାବିରେ ବିଜେପି ଅଡ଼ି ବସିଛି। ଆଜି ମଧ୍ୟ ବିଧାନସଭାରେ ଦଳର ବିଧାୟକମାନେ ନିରବ ପ୍ରତିବାଦ କରିଛନ୍ତି।
ପିଇଓ ସ୍ମିତାରାଣୀଙ୍କ ମୃତ୍ୟୁ ନେଇ ଗୃହ ରାଷ୍ଟ୍ରମନ୍ତ୍ରୀ ବିଧାନସଭାରେ ଦେଇଥିବା ଉତ୍ତର ପ୍ରସଙ୍ଗରେ ପ୍ରତିକ୍ରିୟା ରଖିଥିଲେ ସ୍ମିତାଙ୍କ ବାପା ସଦାନନ୍ଦ ବିଶ୍ୱାଳ। ସଦାନନ୍ଦ ବିଶ୍ୱାଳ କହିଥିଲେ ଯେ, “ମୋ ଜୀବନ ପ୍ରତି ବିପଦ ଅଛି, ମୋତେ ବି ମାରିଦେବେ। ଗୃହ ମନ୍ତ୍ରୀ ନିଜେ ଯଦି ଏକଥା କହିବେ ମୁଁ ଆଉ କାହାକୁ କହିବି ବୋଲି ସେ ପ୍ରଶ୍ନ କରିଛନ୍ତି। ସେ ଏଠାକୁ ଆସିଛନ୍ତି ନା ମୋତେ କିଛି ପଚାରିଛନ୍ତି। ତାଙ୍କର ପାୱାର ଅଛି, ସେ ମନେ ମନେ ଯାହା କହିବେ। ତାଙ୍କ ପାଖରେ କଳ ବଳ ସବୁ ଅଛି, ମୋ ପାଖରେ କିଛି ନାହିଁ।”
ସ୍ମିତାରାଣୀଙ୍କ ମୃତ୍ୟୁ ମାମଲାରେ ବିଧାନସଭାରେ ନଭେମ୍ବର ୧୪ରେ ଗୃହ ରାଷ୍ଟ୍ରମନ୍ତ୍ରୀ ଦିବ୍ୟଶଙ୍କର ମିଶ୍ର ଉତ୍ତର ରଖିଥିଲେ। ସେ କହିଥିଲେ, “ବେକରେ ଦଉଡ଼ି ଲାଗି ଶ୍ୱାସରୁଦ୍ଧ ଯୋଗୁ ସ୍ମିତାରାଣୀଙ୍କ ମୃତ୍ୟୁ ଘଟିଛି। ଶବ ବ୍ୟବଚ୍ଛେଦ ରିପୋର୍ଟରେ ସ୍ମିତାଙ୍କ ମୃତ୍ୟୁ ଆତ୍ମହତ୍ୟାଜନିତ ଆସିଛି। ରୂପେଶ ଭଦ୍ରଙ୍କ ନାଁରେ ଯଥେଷ୍ଟ ପ୍ରମାଣ ମିଳିବାରୁ ତାଙ୍କୁ ଗିରଫ କରାଯାଇଛି। ରୂପେଶ ଭଦ୍ର ଏବେ ଜେଲ୍ରେ, ତଦନ୍ତ ଚାଲୁ ରହିଛି”।
from Odisha Reporter https://ift.tt/35hqinF
No comments:
Post a Comment