ଯାଜପୁର (ଓଡ଼ିଶା ରିପୋର୍ଟର): ଯାଜପୁର ଜିଲ୍ଲା କୋରେଇ ଥାନା ଅନ୍ତର୍ଗତ ପାଟୁଳି ଛକରେ ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଛି। ଦୁଇଟି ବାଇକ୍ ମଧ୍ୟରେ ମୁହାଁମୁହିଁ ଧକ୍କା ହେବା ଫଳରେ ଦୁଇ ଜଣଙ୍କ ମୃତ୍ୟୁ ଘଟିଥିବା ବେଳେ ଦୁଇ ଜଣ ଗୁରୁତର ଆହତ ହୋଇଛନ୍ତି। ତେବେ କାହାରି ପରିଚୟ ମିଳିପାରି ନାହିଁ। ଆହତମାନଙ୍କ ମଧ୍ୟରେ ଦୁଇ ଜଣ ମହିଳା ଥିବା ଜଣାପଡ଼ିଛି। ଅଧିକ ସୂଚନାକୁ ଅପେକ୍ଷା କରାଯାଇଛି।
from Odisha Reporter https://ift.tt/2pMHSAv
No comments:
Post a Comment