ଗଛରେ ପିଟି ହେଲା ବାଇକ୍‌, ଚାଲିଗଲା ୨ ଜୀବନ - ଖାଣ୍ଟି ଖବର

ସମସ୍ତଙ୍କର ନଜର

ମୁଖ୍ୟ ଖବର

Home Top Ad

Responsive Ads Here

Post Top Ad

Responsive Ads Here

Monday, November 25, 2019

ଗଛରେ ପିଟି ହେଲା ବାଇକ୍‌, ଚାଲିଗଲା ୨ ଜୀବନ

ଚାନ୍ଦବାଲି:(ଓଡ଼ିଶା ରିପୋର୍ଟର):ଭାରସାମ୍ୟ ହରାଇ ଗଛରେ ପିଟି ହେଲା ବାଇକ୍‌। ଆଉ ଚାଲିଗଲା ଦୁଇ ଦୁଇଟି ଜୀବନ। ଭଦ୍ରକ ଜିଲ୍ଲା ବାଂଶଡା ଥାନା ଅନ୍ତର୍ଗତ ନୂଆଗାଁ ନିକଟରେ ଏହି ଦୁର୍ଘଟଣା ଘଟିଛି। ମୃତକ ଦେଲେ ଅଶୋକ ଦାସ ଓ ବଳରାମ ନାୟକ। ଦୁର୍ଘଟଣାରେ ଜଣେ ଗୁରୁତର ଆହତ ହୋଇଛନ୍ତି। ତାଙ୍କ ନାଁ ଆନନ୍ଦ ନାୟକ। ମୃତାହତ ସମସ୍ତେ ନଳଗୋହିରା ଗାଁରେ ବୋଲି ଜଣାପଡ଼ିଛି।

ସୂଚନା ଅନୁସାରେ, ଗତକାଲି ବିଳମ୍ବିତ ରାତିରେ  ୩ ଜଣ ଯୁବକ ଏକ ବାଇକ୍‌ରେ ମତୋ-ନଲୋଗୋହରା ରାସ୍ତାରେ ଫେରୁଥିବା ବେଳେ ନୂଆଗାଁ ନିକଟରେ ବାଇକ୍‌ଟି ଭାରସାମ୍ୟ ହରାଇ ଏକ ଗଛରେ ପିଟି ହୋଇଯାଇଥିଲା। ଫଳରେ ୩ଜଣ ଗୁରୁତର ଆହତ ହୋଇଥିଲେ। ସ୍ଥାନୀୟ ଲୋକେ ସେମାନଙ୍କୁ ଉଦ୍ଧାର କରି ଚାନ୍ଦବାଲି ଗୋଷ୍ଠୀ ସ୍ୱାସ୍ଥ୍ୟ କେନ୍ଦ୍ରରେ ଭର୍ତ୍ତି କରିଥିଲେ। ସେଠାରେ ଅଶୋକଙ୍କ ମୃତ୍ୟୁ ଘଟିଥିଲା। ବଳରାମ ଓ ଆନନ୍ଦଙ୍କୁ କଟକ ବଡ଼ ଡାକ୍ତରଖାନାକୁ ସ୍ଥାନାନ୍ତର କରାଯାଇଥିଲା। ତେବେ ଚିକିତ୍ସାଧୀନ ଅବସ୍ଥାରେ ବଳାରାମଙ୍କ ମୃତ୍ୟୁ ଘଟିଛି।



from Odisha Reporter https://ift.tt/33kYWeO

No comments:

Post a Comment

ସ୍କୁଲ ଯାଇ ୨ ଛାତ୍ରୀ ନିଖୋଜ, ଉଦ୍ଧାର ପାଇଁ ଆକୁଳ ନିବେଦନ

ସ୍କୁଲ ଯାଇ ନିଖୋଜ ହୋଇଗଲେ ଦୁଇ ସ୍କୁଲ ଛାତ୍ରୀ।୨୪ ଘଣ୍ଟାରୁ ଊର୍ଦ୍ଧ୍ୱ ସମୟ ହେଲାଣି ସେମାନଙ୍କର ପତ୍ତା ମିଳୁ ନ ଥିବା ବେଳେ ଚାରିଆଡ଼େ ଖୋଜି ବୁଲିଛନ୍ତି ପରିବାର ଲୋକେ। ...

Post Bottom Ad

Responsive Ads Here

Pages