କୁହୁଡ଼ି ନେଲା ବୀରୁଙ୍କ ଜୀବନ ! - ଖାଣ୍ଟି ଖବର

ସମସ୍ତଙ୍କର ନଜର

ମୁଖ୍ୟ ଖବର

Home Top Ad

Responsive Ads Here

Post Top Ad

Responsive Ads Here

Tuesday, November 5, 2019

କୁହୁଡ଼ି ନେଲା ବୀରୁଙ୍କ ଜୀବନ !

ଫୁଲବାଣୀ (ତ୍ରିନାଥ ସାହୁ): କନ୍ଧମାଳ ଜିଲ୍ଲା ସଦର ଥାନା ଅନ୍ତର୍ଗତ ଗୁମାଗଡ଼ ବୁଲାଣି ରାସ୍ତାରେ ଏକ ଦୁର୍ଘଟଣାରେ ଜଣେ ବାଇକ୍‌ ଆରୋହୀଙ୍କର ମୃତ୍ୟୁ ଘଟିଛି। ମୃତକ ଜଣଙ୍କ ହେଉଛନ୍ତି ଗୁମାଗଡ଼ ଗାଁର ବୀରୁ କହଁର।

ମିଳିଥିବା ସୂଚନା ଅନୁସାରେ, ଗତକାଲି ବିଳମ୍ବିତ ରାତିରେ ବୀରୁ ବାଇକ୍‌ରେ ଘରକୁ ଫେରୁଲେ। ଘନ କୁହୁଡ଼ି ଯୋଗୁ ରାସ୍ତା ଦେଖା ନଯିବାରୁ ବାଇକ୍‌ ସହ ସେ ରାସ୍ତା ତଳକୁ ଖସି ପଡ଼ିବାରୁ ତାଙ୍କର ମୃତ୍ୟୁ ଘଟିଥିବା ସନ୍ଦେହ କରାଯାଉଛି।

ପୁଲିସ୍‌ ଘଟଣାସ୍ଥଳରେ ପହଞ୍ଚି ମୃତଦେହକୁ ଜବତ କରି ବ୍ୟବଚ୍ଛେଦ ପାଇଁ ପଠାଇଛି। ଏହାସହ ବାଇକ୍‌କୁ ଜବତ କରି ଘଟଣାର ତଦନ୍ତ କରୁଛି।



from Odisha Reporter https://ift.tt/2WMMJhe

No comments:

Post a Comment

ସ୍କୁଲ ଯାଇ ୨ ଛାତ୍ରୀ ନିଖୋଜ, ଉଦ୍ଧାର ପାଇଁ ଆକୁଳ ନିବେଦନ

ସ୍କୁଲ ଯାଇ ନିଖୋଜ ହୋଇଗଲେ ଦୁଇ ସ୍କୁଲ ଛାତ୍ରୀ।୨୪ ଘଣ୍ଟାରୁ ଊର୍ଦ୍ଧ୍ୱ ସମୟ ହେଲାଣି ସେମାନଙ୍କର ପତ୍ତା ମିଳୁ ନ ଥିବା ବେଳେ ଚାରିଆଡ଼େ ଖୋଜି ବୁଲିଛନ୍ତି ପରିବାର ଲୋକେ। ...

Post Bottom Ad

Responsive Ads Here

Pages