ବଢ଼ିଲା ପ୍ରଧାନ ବିଚାରପତି ଓ ଅନ୍ୟ ବିଚାରପତିଙ୍କ ସୁରକ୍ଷା - ଖାଣ୍ଟି ଖବର

ସମସ୍ତଙ୍କର ନଜର

ମୁଖ୍ୟ ଖବର

Home Top Ad

Responsive Ads Here

Post Top Ad

Responsive Ads Here

Friday, November 8, 2019

ବଢ଼ିଲା ପ୍ରଧାନ ବିଚାରପତି ଓ ଅନ୍ୟ ବିଚାରପତିଙ୍କ ସୁରକ୍ଷା

ନୂଆଦିଲ୍ଲୀ: ଆଜି ସୁପ୍ରିମକୋର୍ଟ ଅଯୋଧ୍ୟା ମାମଲାର ରାୟ ପ୍ରକାଶ କରିବେ। ଏହା ପୂର୍ବରୁ ସୁପ୍ରିମକୋର୍ଟ ସମେତ ରାଜଧାନୀ ଦିଲ୍ଲୀରେ ସୁରକ୍ଷା ବ୍ୟବସ୍ଥା ବଢ଼ାଇ ଦିଆଯାଇଛି। ଏଥିସହିତ ପ୍ରଧାନ ବିଚାରପତି ଜଷ୍ଟିସ ରଞ୍ଜନ ଗୋଗୋଇ ଏବଂ ଅନ୍ୟ ବିଚାରପତିଙ୍କ ସୁରକ୍ଷା ବ୍ୟବସ୍ଥାକୁ ବଢ଼ାଇ ଦେଇଛନ୍ତି ସରକାର। ଏହି ଖଣ୍ଡପୀଠରେ ଜଷ୍ଟିସ୍‌ ରଞ୍ଜନ ଗୋଗୋଇଙ୍କ ବ୍ୟତୀତ ଜଷ୍ଟିସ୍‌ ଏସ୍‌ଏ ବୋବ୍‌ଡେ (ଆଗାମୀ ପ୍ରଧାନ ବିଚାରପତି), ଡିୱାଇ ଚନ୍ଦ୍ରଚୂଡ଼, ଜଷ୍ଟିସ୍‌ ଅଶୋକ ଭୂଷଣ ଏବଂ ଜଷ୍ଟିସ୍‌ ଏସ୍‌ ଅବ୍ଦୁଲ ନାଜୀର ମଧ୍ୟ ସଦସ୍ୟ ଅଛନ୍ତି।

ପ୍ରଧାନ ବିଚାରପତିଙ୍କ ସୁରକ୍ଷାକୁ ଜେଡ୍ ପ୍ଲସ ଶ୍ରେଣୀରେ ରଖାଯାଇଛି। ସେହିପରି ଅନ୍ୟ ବିଚାରପତି ଓ ତାଙ୍କ ଘରେ ମଧ୍ୟ କଡ଼ା ସୁରକ୍ଷା ବ୍ୟବସ୍ଥା ଗ୍ରହଣ କରାଯାଇଛି।

ସୁପ୍ରିମକୋର୍ଟକୁ ସଂଯୋଗ କରୁଥିବା ସମସ୍ତ ରାସ୍ତାରେ ବିଳମ୍ୱିତ ରାତିରୁ ପାଟ୍ରୋଲିଂ କରାଯାଉଛି। କୌଣସି ବ୍ୟକ୍ତି ଉପରେ ସନ୍ଦେହ ପ୍ରକାଶ କଲେ ପୁଲିସ ଅଟକ ରଖି ପଚରାଉଚରା କରୁଥିବା ସୂଚନା ରହିଛି। ସେହିପରି ସନ୍ଦିଗ୍ଧଙ୍କ ଉପରେ କଡ଼ା ନଜର ରହିଛି। ଦିଲ୍ଲୀର ଡିସିପି, ଯୁଗ୍ମ ପୁଲିସ କମିଶନର ମଧ୍ୟ ନିଜେ ସୁରକ୍ଷା ବ୍ୟବସ୍ଥା ଉପରେ ନଜର ରଖିଛନ୍ତି।



from Odisha Reporter https://ift.tt/32q5BE0

No comments:

Post a Comment

ସ୍କୁଲ ଯାଇ ୨ ଛାତ୍ରୀ ନିଖୋଜ, ଉଦ୍ଧାର ପାଇଁ ଆକୁଳ ନିବେଦନ

ସ୍କୁଲ ଯାଇ ନିଖୋଜ ହୋଇଗଲେ ଦୁଇ ସ୍କୁଲ ଛାତ୍ରୀ।୨୪ ଘଣ୍ଟାରୁ ଊର୍ଦ୍ଧ୍ୱ ସମୟ ହେଲାଣି ସେମାନଙ୍କର ପତ୍ତା ମିଳୁ ନ ଥିବା ବେଳେ ଚାରିଆଡ଼େ ଖୋଜି ବୁଲିଛନ୍ତି ପରିବାର ଲୋକେ। ...

Post Bottom Ad

Responsive Ads Here

Pages