‘ବୁଲ୍‌ବୁଲ୍‌’ ପ୍ରଭାବରେ ଓଡ଼ିଶାରେ ବର୍ଷା ଆରମ୍ଭ - ଖାଣ୍ଟି ଖବର

ସମସ୍ତଙ୍କର ନଜର

ମୁଖ୍ୟ ଖବର

Home Top Ad

Responsive Ads Here

Post Top Ad

Responsive Ads Here

Thursday, November 7, 2019

‘ବୁଲ୍‌ବୁଲ୍‌’ ପ୍ରଭାବରେ ଓଡ଼ିଶାରେ ବର୍ଷା ଆରମ୍ଭ

ଭୁବନେଶ୍ୱର(ଓଡ଼ିଶା ରିପୋର୍ଟର): ବାତ୍ୟା ‘ବୁଲ୍‌ବୁଲ୍‌’ ପ୍ରଭାବରେ ଆଜିଠୁ ଉପକୂଳ ଓଡ଼ିଶାରେ ବର୍ଷା ଆରମ୍ଭ ହୋଇଯାଇଛି। ଆଜି ସକାଳୁ ପାରାଦୀପରେ ବର୍ଷା ଆରମ୍ଭ ହୋଇଥିବା ବେଳେ ସାମାନ୍ୟ ପବନ ମଧ୍ୟ ଅନୁଭୂତ ହେଉଛି। ସତର୍କତା ସ୍ୱରୂପ ପାରାଦୀପ ବନ୍ଦରରେ ୨ ନମ୍ବର ବିପଦ ସଙ୍କେତ ଦିଆଯାଇଛି।

ଭୁବନେଶ୍ୱର ପାଣିପାଗ ବିଭାଗରୁ ମିଳିଥିବା ସୂଚନା ଅନୁଯାୟୀ, ‘ ବୁଲ୍‌ବୁଲ୍‌’ ପାରାଦୀପଠାରୁ ପ୍ରାୟ ୪୫୦ କିମି ଦୂରରେ କେନ୍ଦ୍ରୀଭୂତ ରହିଛି । ଘଣ୍ଟା ପ୍ରତି ଏହା ୧୦ କିଲୋମିଟର ବେଗରେ ଗତି କରୁଛି । ଏହା ପ୍ରଭାବରେ ଆସନ୍ତା ୧୨ ଘଣ୍ଟା ମଧ୍ୟରେ ‘ବୁଲ୍‌ବୁଲ୍‌’ ଉତ୍ତର ଉତ୍ତରପୂର୍ବ ଦିଗକୁ ଗତି କରିବ । ୧୦ରେ ଏହା ପଶ୍ଚିମବଙ୍ଗ ଓ ବାଂଲାଦେଶ ମଧ୍ୟରେ ଲ୍ୟାଣ୍ଡଫଲ୍ କରିପାରେ।

‘ବୁଲ୍‌ବୁଲ୍‌’ର ପ୍ରଭାବରେ ଓଡ଼ିଶାର କେତେକ ଜିଲ୍ଲାରେ ବର୍ଷାର ସମ୍ଭାବନା ଥିବା ଅନୁମାନ କରାଯାଉଛି। ପୁରୀ, ଜଗତସିଂହପୁର, କେନ୍ଦ୍ରାପଡ଼ା ଓ ଭଦ୍ରକ ପାଇଁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି। ଏହି ସବୁ ଜିଲ୍ଲାରେ ସାମାନ୍ୟରୁ ମଧ୍ୟମ ଧରଣର ବର୍ଷା ସମ୍ଭାବନା ରହିଛି। ୯ରେ ବାଲେଶ୍ୱର, ଭଦ୍ରକ, କେନ୍ଦୁଝର, ଜଗତସିଂହପୁର ପାଇଁ ଅରେଞ୍ଜ ୱାର୍ଣ୍ଣିଂ ରହିଛି। ସେହିପରି ମୟୂରଭଞ୍ଜ, ଯାଜପୁର ଓ କଟକରେ ମଧ୍ୟ କିଛି ସ୍ଥାନରେ ପ୍ରବଳ ବର୍ଷାର ସମ୍ଭାବନା ରହିଛି।



from Odisha Reporter https://ift.tt/32uIUhU

No comments:

Post a Comment

ସ୍କୁଲ ଯାଇ ୨ ଛାତ୍ରୀ ନିଖୋଜ, ଉଦ୍ଧାର ପାଇଁ ଆକୁଳ ନିବେଦନ

ସ୍କୁଲ ଯାଇ ନିଖୋଜ ହୋଇଗଲେ ଦୁଇ ସ୍କୁଲ ଛାତ୍ରୀ।୨୪ ଘଣ୍ଟାରୁ ଊର୍ଦ୍ଧ୍ୱ ସମୟ ହେଲାଣି ସେମାନଙ୍କର ପତ୍ତା ମିଳୁ ନ ଥିବା ବେଳେ ଚାରିଆଡ଼େ ଖୋଜି ବୁଲିଛନ୍ତି ପରିବାର ଲୋକେ। ...

Post Bottom Ad

Responsive Ads Here

Pages