ଭୁବନେଶ୍ୱରରେ ରାଷ୍ଟ୍ରପତି ରାମନାଥ କୋବିନ୍ଦ, ବ୍ୟାପକ ସୁରକ୍ଷା ବ୍ୟବସ୍ଥା - ଖାଣ୍ଟି ଖବର

ସମସ୍ତଙ୍କର ନଜର

ମୁଖ୍ୟ ଖବର

Home Top Ad

Responsive Ads Here

Post Top Ad

Responsive Ads Here

Saturday, December 7, 2019

ଭୁବନେଶ୍ୱରରେ ରାଷ୍ଟ୍ରପତି ରାମନାଥ କୋବିନ୍ଦ, ବ୍ୟାପକ ସୁରକ୍ଷା ବ୍ୟବସ୍ଥା

ଭୁବନେଶ୍ୱର (ଓଡ଼ିଶା ରିପୋର୍ଟର):ଭୁବନେଶ୍ୱରରେ ରାଷ୍ଟ୍ରପତି ରାମନାଥ କୋବିନ୍ଦ।  ଆଜି ସକାଳ ୯ଟା ୫୦ରେ ଖୋର୍ଦ୍ଧା ବରୁଣେଇ ଗସ୍ତ କରିବେ ରାଷ୍ଟ୍ରପତି।  ପାଇକ ବିଦ୍ରୋହର ୨୦୦ବର୍ଷ ପୂର୍ତ୍ତି ଅବସରରେ ବରୁଣେଇରେ ପାଇକ ବିଦ୍ରୋହ ସୃତିସ୍ଥଳର ସେ ଶିଳାନ୍ୟାସ କରିବେ।  ଏହା ପରେ ମଧ୍ୟାହ୍ନରେ ଉତ୍କଳ ବିଶ୍ୱବିଦ୍ୟାଳୟର ପ୍ଲାଟିନମ୍ ଜୁବୁଲି ଉଦଯାପନୀ ସମାରୋହରେ ମୁଖ୍ୟ ଅତିଥି ଭାବେ ଯୋଗଦେବାର କାର୍ଯ୍ୟକ୍ରମ ରହିଛି।  ରାଷ୍ଟ୍ରପତିଙ୍କ ଗସ୍ତ ପାଇଁ ବ୍ୟାପକ ସୁରକ୍ଷା ବ୍ୟବସ୍ଥା ଗ୍ରହଣ କରାଯାଇଛି । ଗତକାଲିଠୁ ୨ ଦିନିଆ ଓଡ଼ିଶା ଗସ୍ତରେ ଆସି ଭୁବନେଶ୍ୱରରେ ପହଞ୍ଚିଛନ୍ତି ରାଷ୍ଟ୍ରପତି ରାମନାଥ କୋବିନ୍ଦ।

ଗତକାଲି ସେ ଭୁବନେଶ୍ୱର ବିମାନବନ୍ଦରରେ ପହଞ୍ଚିବା ପରେ ସେଠାରୁ ତାଙ୍କୁ ରାଜଭବନ ଅଭିମୁଖେ ପାଛୋଟି ନିଆଯାଇଥିଲା।  ରାଜ୍ୟପାଳ ପ୍ରଫେସର ଗଣେଷୀ ଲାଲ, ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ, ସାଂସଦ ଜୁଏଲ ଓରାମ, ଅପରାଜିତା ଷଡ଼ଙ୍ଗୀ, ମୁଖ୍ୟ ଶାସନ ସଚିବ ଅସୀତ ତ୍ରିପାଠୀ, ପୁଲିସ ଡିଜି ପ୍ରମୁଖ ରାଷ୍ଟ୍ରପତିଙ୍କୁ ବିମାନବନ୍ଦରରରେ ସ୍ୱାଗତ କରିଥିଲେ।

ଆନ୍ଧ୍ରପ୍ରଦେଶ ରାଜ୍ୟପାଳ ବିଶ୍ୱଭୂଷଣ ହରିଚନ୍ଦନ ମଧ୍ୟ ବିମାନବନ୍ଦରରେ ଉପସ୍ଥିତ ଥିଲେ।  ସେଠାରୁ ସିଧାସଳଖ ରାଜଭବନ ଅଭିମୁଖେ ଆସିଥିଲେ ରାଷ୍ଟ୍ରପତି । ରାଷ୍ଟ୍ରପତିଙ୍କ ଗସ୍ତକୁ ଦୃଷ୍ଟିରେ ରଖି ୫୦ ପ୍ଲାଟୁନରୁ ଅଧିକ ପୁଲିସ ଫୋର୍ସ ବ୍ୟବସ୍ଥା କରାଯିବା ସହ  ଟ୍ରାଫିକ୍ ବ୍ୟବସ୍ଥା ଉପରେ ମଧ୍ୟ ଗୁରୁତ୍ୱ ଦିଆଯାଇଛି।



from Odisha Reporter https://ift.tt/38rdbCG

No comments:

Post a Comment

ସ୍କୁଲ ଯାଇ ୨ ଛାତ୍ରୀ ନିଖୋଜ, ଉଦ୍ଧାର ପାଇଁ ଆକୁଳ ନିବେଦନ

ସ୍କୁଲ ଯାଇ ନିଖୋଜ ହୋଇଗଲେ ଦୁଇ ସ୍କୁଲ ଛାତ୍ରୀ।୨୪ ଘଣ୍ଟାରୁ ଊର୍ଦ୍ଧ୍ୱ ସମୟ ହେଲାଣି ସେମାନଙ୍କର ପତ୍ତା ମିଳୁ ନ ଥିବା ବେଳେ ଚାରିଆଡ଼େ ଖୋଜି ବୁଲିଛନ୍ତି ପରିବାର ଲୋକେ। ...

Post Bottom Ad

Responsive Ads Here

Pages